Posted inଜାତୀୟ

ପିଓକେ ଅଞ୍ଚଳର ପାଣିପାଗ ପୂର୍ବାନୁମାନ କଲା ଆଇଏମ୍‌ଡି

ନୂଆଦିଲ୍ଲୀ,୮ା୫ (ପି.ଟି.): ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ଆଞ୍ଚଳିକ କେନ୍ଦ୍ର ପୂର୍ବ ଫର୍ମାଟରୁ ବାହାରିଯାଇ ପାକ୍‌ ଅଧିକୃତ କଶ୍ମୀର (ପିଓକେ) ଅଧୀନରେ ଥିବା ଅଞ୍ଚଳର ପାଣିପାଗ ସମ୍ପର୍କରେ ପୂର୍ବାନୁମାନ କରିଛି। ଏହି ଅଞ୍ଚଳ ମଧ୍ୟରେ ରହିଛି ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ଏବଂ ମୁଜାଫରାବାଦ। ଜମ୍ମୁ-କଶ୍ମୀରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଅଞ୍ଚଳର ପାଣିପାଗ ସମ୍ପର୍କରେ ପୂର୍ବାନୁମାନ କରାଯାଇଥିବା ଏହାର ମୁଖ୍ୟ କୁଲଦୀପ ଶ୍ରୀବାସ୍ତବ କହିଛନ୍ତି। ଗତବର୍ଷ ଅଗଷ୍ଟରେ ଜମ୍ମୁ-କଶ୍ମୀର ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ ହେବା ପରଠାରୁ ଦୈନିକ ପାଣିପାଗ ସୂଚନାରେ ପିଓକେ ଅଞ୍ଚଳ ସମ୍ପର୍କରେ ଉଲ୍ଲେଖ କରାଯାଉଥିବା ଆଇଏମ୍‌ଡି ମହାନିର୍ଦ୍ଦେଶକ ଏମ୍‌. ମହାପାତ୍ର କହିଛନ୍ତି। ଏବେ ଉକ୍ତ ଅଞ୍ଚଳ ଜମ୍ମୁ-କଶ୍ମୀର ସବ୍‌ଡିଭିଜନ ମଧ୍ୟରେ ବୋଲି ଉଲ୍ଲେଖ କରାଯାଇଛି। ଉତ୍ତରପଶ୍ଚିମ ଡିଭିଜନ ଅଧୀନରେ ମୋଟ ୯ଟି ସବ୍‌ଡିଭିଜନ ଜମ୍ମୁ-କଶ୍ମୀର, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ଦିଲ୍ଲୀ-ଚଣ୍ଡିଗଡ଼-ହରିୟାଣା, ପଞ୍ଜାବ, ପୂର୍ବ ଉତ୍ତରପ୍ରଦେଶ, ପଶ୍ଚିମ ଉତ୍ତରପ୍ରଦେଶ, ପୂର୍ବ ରାଜସ୍ଥାନ ଓ ପଶ୍ଚିମ ରାଜସ୍ଥାନ ରହିଛି। ପାକ୍‌ ଅଧିକୃତ କଶ୍ମୀର ଭାରତର ବୋଲି ନୂଆଦିଲ୍ଲୀ କହି ଆସୁଥିବାବେଳେ ପାଣିପାଗ ବିଭାଗ ଉକ୍ତ ଅଞ୍ଚଳକୁ ନିଜ ଉପଖଣ୍ଡ ମଧ୍ୟରେ ସାମିଲ କରିବା ଗୁରୁତ୍ୱପୂର୍ଣ୍ଣ ଘଟଣା। ଗିଲ୍‌ଗିଟ-ବଲ୍ଟିସ୍ତାନରେ ଚଳିତ ସପ୍ତାହରେ ନିର୍ବାଚନ କରାଇବାକୁ ପାକ୍‌ ସୁପ୍ରିମକୋର୍ଟ ଅନୁମତି ଦେଇଥିବାବେଳେ ଭାରତ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?