Posted inଜାତୀୟ

ପିଓକେରେ ଆତଙ୍କବାଦୀ ଶିବିର ସକ୍ରିୟ

ନୂଆଦିଲ୍ଲୀ,୧୧ା୮ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଥିତ୍ବା ଆତଙ୍କବାଦୀ ଶିବିରଗୁଡିକ ପୁଣିଥରେ ସକ୍ରିୟ ହୋଇଉଠିଛନ୍ତି। ଅନ୍ତର୍ଜାତୀୟ ସୀମାକୁ ଲାଗି ରହିଥିବା ପିଓକେରେ ୧୨ରୁ ଅଧିକ ଆତଙ୍କବାଦୀ ଶିବିରକୁ ଇସ୍‌ଲାମାବାଦ ପୁନଃସକ୍ରିୟ କରାଇଥିବା ଜଣାପଡିଛି। ଆର୍ଥତ୍କ କାର୍ଯ୍ୟାନୁଷ୍ଠାନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌) ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମେ ମାସକୁ ଡେଡ୍‌ଲାଇନ ଧାର୍ଯ୍ୟ କରିବା ପରେ ପିଓକେରୁ ଅଧିକାଂଶ ଆତଙ୍କବାଦୀ ଶିବିର ଶୂନ୍ୟ ହୋଇଯାଇଥିଲା। ଆତଙ୍କବାଦୀ ନେତାଙ୍କ ବିରୋଧରେ ଇସ୍‌ଲାମାବାଦ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରେ ସେମାନେ ଅନ୍ୟତ୍ର ପଳାୟନ କରିଥିଲେ। ଏବେ କୋଟ୍‌ଲି, ରାଓ୍ବଲକୋଟ୍‌, ବାଗ୍‌ ଏବଂ ମୁଜାଫରାବାଦରେ ଆତଙ୍କବାଦୀମାନଙ୍କୁ ପାକ୍‌ ସେନା ସହାୟତା ଯୋଗାଇ ଦେଉଥିବାରୁ ଭାରତୀୟ ସୁରକ୍ଷାବଳ ହାଇଆଲର୍ଟରେ ରହିଛି।
ଭାରତରେ ପୁଲ୍‌ଓ୍ବାମା ଭଳି ଆକ୍ରମଣ ଘଟିଲେ ସେଥିପାଇଁ ଇସ୍‌ଲାମାବାଦ ଦାୟୀ ରହିବ ନାହିଁ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ କହିଥିଲେ। ଇମ୍ରାନଙ୍କ ଏଭଳି ମନ୍ତବ୍ୟ ଆତଙ୍କବାଦୀଙ୍କୁ ଉତ୍ସାହିତ କରିଛି। ଜେଇଏମ୍‌, ଏଲ୍‌ଇଟି ଏବଂ ସେମାନଙ୍କୁ କରାୟତ୍ତ କରୁଥିବା ଆଇଏସ୍‌ଆଇ ସଂସ୍ଥା ଏବେ ସକ୍ରିୟ ହୋଇଉଠିଛନ୍ତି। ଗୋଇନ୍ଦା ରିପୋର୍ଟ ଅନୁଯାୟୀ, ମୁଜାଫରାବାଦର ଫଗୁସ୍‌ ଓ କୁନ୍ଦ ଶିବିରରେ ୧୫୦ରୁ ଊର୍ଦ୍ଧ୍ୱ ଆତଙ୍କବାଦୀ ଏକାଠି ହୋଇଛନ୍ତି। ସେଠାରେ ଆତଙ୍କବାଦୀ ପ୍ରଶିକ୍ଷଣ ଶିବିର ଚାଲିଛି। ଅନୁପ୍ରବେଶ ଲାଗି ସେମାନେ ଯୋଜନା କରୁଛନ୍ତି। ଜେଇଏମ୍‌ ମୁଖ୍ୟ ମାସୁଦ ଆଝାର୍‌ଙ୍କ ଭାଇ ଇବ୍ରାହିମ୍‌ ଅତହର ପିଓକେରେ ଅଛନ୍ତି। ସୀମା ସ୍ଥିତିନେଇ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ରାଜ୍ୟ ଡିଜିପି, ଆଇବି ନିର୍ଦ୍ଦେଶକ, ବରିଷ୍ଠ ଅଧିକାରୀ ଓ ସେନା ମୁଖ୍ୟଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri