Posted inଜାତୀୟ

‘ପିଓକେ’ରେ ପାକ୍‌ ବିରୋଧୀ ବିକ୍ଷୋଭ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): ପାକିସ୍ତାନୀ ସେନାର ଅତ୍ୟାଚାର ଯୋଗୁ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ବିଦ୍ରୋହର ନିଅଁା ଜଳିଛି। ସେଠାରେ ରହୁଥିବା ଲୋକେ ଖୋଲାଖୋଲି ଭାବେ ପାକିସ୍ତାନକୁ ବିରୋଧ କରିବା ସହ ରାଜରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶହ ଶହ ବିକ୍ଷୋଭକାରୀ ପୋଲିସ ଉପରକୁ ଢେଲାମାଡ଼ କରିବା ସହ କେତେକ ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ଲାଗି ପୋଲିସ ଲାଠିଚାଳନା କରିବାରୁ ପରିସ୍ଥିତି ବିସ୍ଫୋରକ ରୂପ ନେଇଥିଲା। ପାକ୍‌ ଅଧିକୃତ କଶ୍ମୀରରେ ପାକିସ୍ତାନୀ ସେନା ମାନବାଧିକାର ଉଲ୍ଲଂଘନ କରିବା ସହ ଅତ୍ୟାଚାର ଜାରି ରଖିଛି ବୋଲି ବିକ୍ଷୋଭକାରୀ ଅଭିଯୋଗ କରିଛନ୍ତି। ଏହା ତୁରନ୍ତ ବନ୍ଦ କରାଯିବା ଦରକାର ବୋଲି ପିଓକେବାସୀ ଦାବି କରିଛନ୍ତି। ବିଶ୍ୱ ସମୁଦାୟ ଏହା ଉପରେ ହସ୍ତକ୍ଷେପ ନ କଲେ ପରିସ୍ଥିତି ଉଗ୍ରରୂପ ଧାରଣ କରିବ ବୋଲି ଚେତାବନୀ ଦିଆଯାଇଛି।
ସୋସିଆଲ ମିଡିଆରେ ଏ ସମ୍ପର୍କିତ ଭିଡିଓ ଭାଇରାଲ ହେବାରେ ଲାଗିଛି। କଶ୍ମୀରରେ ଭାରତ ମାନବାଧିକାର ଉଲ୍ଲଂଘନ କରୁଛି ବୋଲି ପାକିସ୍ତାନ ଅଭିଯୋଗ କରିଆସୁଥିବାବେଳେ ପିଓକେ ସ୍ଥିତି ସବୁ ସତ ଲୋକଲୋଚନକୁ ଆଣିଛି। ପିଓକେର ବିକାଶ ପରିବର୍ତ୍ତେ ବିନାଶ ରଚିଛି। ବେଲୁଚିସ୍ତାନ ଭଳି ପିଓକେରେ ପାକ୍‌ ବିରୋଧୀ ଆନ୍ଦୋଳନ ବଢିବାରେ ଲାଗିଛି। ୩୭୦ ଧାରା ଉଚ୍ଛେଦ ପରେ ପିଓକେ ଦଖଲ ଲାଗି ଭାରତ ଚେତାବନୀ ଦେଇଥିବାବେଳେ ସେଠାରେ ପାକ୍‌ ସେନା ବିରୋଧୀ ପ୍ରଦର୍ଶନ ଭାରତକୁ ଖୋରାକ୍‌ ଯୋଗାଇଛି। ଜାତିସଂଘ ସାଧାରଣ ଅଧିବେଶନରେ ଭାରତ ଓ ପାକିସ୍ତାନର ପ୍ରଧାନମନ୍ତ୍ରୀ କଶ୍ମୀର ନେଇ ନିଜ ମତ ରଖିବାକୁ ଯାଉଛନ୍ତି। ଅନ୍ତର୍ଜାତୀୟ ମଞ୍ଚରେ କଶ୍ମୀରକୁ ନେଇ ପାକିସ୍ତାନ ପ୍ରସଙ୍ଗ କରିବାକୁ ଉଦ୍ୟମ କରୁଥିବାବେଳେ ପିଓକେବାସୀଙ୍କ ଉଗ୍ର ପ୍ରଦର୍ଶନ ଚିନ୍ତା ବଢାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri