ପିକ୍‌ଅପ୍‌ ଧକ୍କାରେ ଛାତ୍ରୀ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପରଜଙ୍ଗ, ୫।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିନ ଗଡ଼ପଳାଶୁଣି-କଙ୍କଡାହାଡ଼ ପୂର୍ତ୍ତ ବିଭାଗ ରାସ୍ତା ଏକ ଦୁର୍ଘଟଣା ଘଟିଛି। ଗୁରୁବାର ସକାଳେ ଏକ ପିକଅପ ଧକ୍କାରେ ଗଡ଼ପଳାଶୁଣି ଗ୍ରାମର ଅଲେଖ ନାଏକଙ୍କ ଝିଅ ଲିଜା (୧୬)ଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଉକ୍ତ ପିକଅପ ଗାଡିଟି ପଳାଶୁଣିରୁ କଙ୍କଡାହାଡ଼ ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି। ଲିଜା ଗାଧୋଇବାକୁ ପୋଖରୀକୁ ଯିବା ପାଇଁ ରାସ୍ତା ପାର ହେଉଥିବାବେଳେ ଗାଡିଟି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଲିଜା ଦଶମ ଶ୍ରେଣୀରେ ପାଠ ପଢୁଥିଲେ। କ୍ଷତିପୂରଣ ଦାବିରେ ଗ୍ରାମବାସୀ ଦୀର୍ଘ ୫ ଘଣ୍ଟା ଧରି ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ପରଜଙ୍ଗ ଥାନାଧିକାରୀ ବିଜୟ କୁମାର ହାଇବ୍ରୁ, ମହାବିର ରୋଡ଼ ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି। ଏହାସହ ଦୁର୍ଘଟଣା ଘଟାଇଥିବା ଗାଡିକୁ ପୋଲିସ ଜବତ କରିଛି। ଖବର ଲେଖା ହେବାପର୍ଯ୍ୟନ୍ତ ରାସ୍ତାରୋକୋ ଚାଲିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌…

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର…

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri