ପିଚୁ ପାଇଁ ଅନନ୍ତପୁର-ନେନ୍ଧେରା ଢଳେଇ ରାସ୍ତା ବିପର୍ଯ୍ୟସ୍ତ: ସାଧାରଣରେ ତୀବ୍ର ଅସନ୍ତୋଷ

ବାଲିକୁଦା,୧୫ା୩(ସ୍ବ.ପ୍ର.): ବାଲିକୁଦା ବ୍ଲକ୍‌ର ସମୁଦ୍ର ଉପକୂଳକୁ ଯାତାୟାତ ପାଇଁ ଥିବା ଏକମାତ୍ର ରାସ୍ତା ଅନନ୍ତପୁର-ନେନ୍ଧେରା ଏବେ ବିପର୍ଯ୍ୟସ୍ତ। ଉକ୍ତ ରାସ୍ତାର କିଛି ଭାଗ ଟେଣ୍ଡର କରାଯାଇ ବିଭାଗ ପକ୍ଷରୁ ମରାମତି କରାଯାଉଛି। ମାତ୍ର ମରାମତି ହେଉଥିବା ପିଚୁ ରାସ୍ତା ପାଇଁ ଆରମ୍ଭରେ ଥିବା ଢଳେଇ ଖଣ୍ଡ ବିଖଣ୍ଡିତ ହୋଇଗଲାଣି। କାରଣ ଉକ୍ତ ରାସ୍ତାରେ ସମ୍ପୃକ୍ତ ଠିକାଦାର ବେଆଇନ ଭାବରେ ଓଭରଲୋଡିଂ ଟ୍ରକ୍‌ ଓ ହାଇୱା ପରିବହନ କରାଉଛନ୍ତି। ରାସ୍ତାର କ୍ଷମତା ବାହାରେ ଠିକାଦାର ମାଲ ପରିବହନ କରୁଥିବାରୁ ମୂଳ ଢଳେଇ ରାସ୍ତା ସମ୍ପୂର୍ଣ୍ଣ ନଷ୍ଟ ହୋଇଗଲାଣି। ଯାହାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏଥିପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଛି।

ପ୍ରକାଶଯୋଗ୍ୟ, ବାଲିକୁଦାର ସମୁଦ୍ର ଉପକୂଳକୁ ଯାତାୟାତ ପାଇଁ ଅନନ୍ତପୁର -ନେନ୍ଧେରା ରାସ୍ତା ୧୦ କି.ମି. ରହିଛି। ଏହି ରାସ୍ତା ମଧ୍ୟରୁ ଶେଷ ଭାଗରେ କିଛି ପିଚୁ ବର୍ଷା ଦିନେ ନଷ୍ଟ ହୋଇ ଯାଇଥିବାରୁ ତାହାର ମରାମତି ପାଇଁ ଜାନୁୟାରୀରେ ଗ୍ରାମ୍ୟ ଉନ୍ନୟନ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ଟେଣ୍ଟର ଡାକଯାଇଥିଲା। ଯାହାର ଅଟକଳ ମୂଲ୍ୟ ୧୧ ଲକ୍ଷ ଥିଲା। ଉକ୍ତ ପିଚୁ ରାସ୍ତାକୁ ସମ୍ପୃକ୍ତ ଠିକାଦାର ଏବେ ମରାମତି କରୁଛନ୍ତି। ମାତ୍ର ଏହି ରାସ୍ତା ମରାମତି ପାଇଁ ଆବଶ୍ୟକ ମେଟାଲ, ଚିପସ୍‌, ବାଲି, ଡଷ୍ଟ ଭାରିଯାନରେ ଆଣାଯାଉଥିବାରୁ ମୂଳ ଢଳେଇ ରାସ୍ତା ଭାଙ୍ଗି ଖଣ୍ଡଖଣ୍ଡ ହୋଇଗଲାଣି। ରାସ୍ତାରେ ପରିବହନ କ୍ଷମତା ୨୦ରୁ ୨୫ଟନ ଥିବା ବେଳେ ଠିକାଦାର ୪୦ରୁ ୫୦ ଟନ ମାଲ ପରିବହନ କରୁଛନ୍ତି। ଏଥିଯୋଗୁ ଲୋକଙ୍କ ଯାତାୟାତରେ ଘୋର ଅସୁବିଧା ହେଉଛି। ଯାତାୟାତବେଳେ ଦୁର୍ଘଟଣା ମଧ୍ୟ ଘଟିଚାଲିଛି। ଏଥିପ୍ରତି ଦୃଷ୍ଟି ଦିଆ ନ ଗଲେ ବର୍ଷା ଦିନେ ଏହି ରାସ୍ତାରେ ସମ୍ପୂର୍ଣ୍ଣ ଯାତାୟାତ ଠପ୍‌ ହୋଇଯିବ। ଏ ସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟର ନିର୍ବାହୀ ଯନ୍ତ୍ରୀ ଅନନ୍ତ ଗୋପାଲ ଶତପଥୀଙ୍କୁ ପଚାରିବାରୁ ସେ କହିଥିଲେ, ଏବେ ସମ୍ପୃକ୍ତ ଠିକାଦାରଙ୍କୁ ଉକ୍ତ ରାସ୍ତାରେ ଭାରିଯାନ ନ ନେବାକୁ କୁହାଯିବ। ଯେହେତୁ ଢଳେଇ ରାସ୍ତା ନଷ୍ଟ ହୋଇଛି ମରାମତି କରିବା କଷ୍ଟ। ତଥାପି ଯାହା କିଛି କରାଯାଇ ପାରିବ ତାହା ତୁରନ୍ତ କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ଭରିଲେ କହ୍ନାଇ, ସରୋଜ

ବୌଦ୍ଧ,୧।୫(ଅଜିତ କୁମାର ବାରିକ): ମେ’ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର...

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର...

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର...

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri