ପିତା ହତ୍ୟାକାରୀ ପୁଅଙ୍କୁ ଆଜୀବନ ଜେଲ୍‌

ଆନନ୍ଦପୁର, ୨୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ୨୦୧୬ ମସିହାରେ ଘଟିଥିବା ଏକ ହତ୍ୟା ମାମଲାର ବିଚାର କରି ପିତା ହତ୍ୟାକାରୀ ପୁଅକୁ ଆଜୀବନ ଜେଲ୍‌ ଦଣ୍ଡ ଶୁଣାଇଛନ୍ତି। ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ଗ୍ରାମର ଦେବକାନ୍ତ ରାଉତ(୪୬) ବାପା ନାରାୟଣ ରାଉତଙ୍କୁ ଗତ ୨୩.୦୬.୨୦୧୬ରେ କୁରାଢ଼ିରେ ହାଣି ହତ୍ୟା କରିଥିଲେ। ପ୍ରକାଶ ଯେ, ନାରାୟଣ ରାଉତଙ୍କ ବଡ଼ପୁଅ ଦେବକାନ୍ତ(କାଳିଆ) ସ୍ତ୍ରୀ ଛୁଆ ପିଲାଙ୍କୁ ନେଇ ପରିବାର ଠାରୁ ଅଲଗା ରହିଆସୁଥିଲେ। ପିତା ଏବଂ ମାତା ତିଳୋତ୍ତମା ସାନପୁଅ ରତିକାନ୍ତ ରାଉତଙ୍କ ନିକଟରେ ରହୁଥିଲେ। ଘଟଣା ଦିନ ଦେବକାନ୍ତ ବଞ୍ଚୋ ଛକରେ ରହୁଥିବା ପିତାଙ୍କ ପାଖକୁ ଆସି ୨୦ ହଜାର ଟଙ୍କା ମାଗିଥିଲେ। ମାତାଙ୍କ ଠାରୁ ଆଲମିରାର ଚାବି ଛଡ଼େଇ ନେଇ ଟଙ୍କା, ସୁନା ରୁପା ଗହଣା ଆଦି ନେଇଯାଉଥିବାବେଳେ ନାରାୟଣ ବିରୋଧ କରିବାରୁ ଉତ୍ତ୍ୟକ୍ତ ଦେବକାନ୍ତ ସାଥୀରେ ଆଣିଥିବା ଏକ ଧାରୁଆ କୁରାଢ଼ିରେ ତାଙ୍କୁ ଆଘାତ କରିଥିଲେ। ଫଳରେ ନାରାୟଣଙ୍କ ଡାହାଣପାଖ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ଗୁରୁତର ହୋଇପଡ଼ିଥିଲେ। ପରେ ଦେବକାନ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଆହତ ନାରାୟଣଙ୍କୁ ଗ୍ରାମବାସୀଙ୍କ ସହାୟତାରେ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନା ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୨୮.୬.୨୦୧୬ରେ ତାଙ୍କର ମୃତ୍ୟୁ ଘଟିଥିଲା। ମାତା ତିଳୋତ୍ତମାଙ୍କ ଅଭିଯୋଗ ଅନୁଯାୟୀ ଆନନ୍ଦପୁର ଥାନାରେ ଏକ ମାମଲା ରୁଜୁ କରାଯାଇଥିଲା। ମାନ୍ୟବର ଅତିରିକ୍ତ ଜିଲା ଦୌରାଜଜ୍‌ ଏହି ମାମଲାର ବିଚାର କରି ୧୦ ବର୍ଷ ଜେଲ ଦଣ୍ଡ ଓ ୨୦ ହଜାର ଟଙ୍କା ଜରିମାନା ଓ ଜରିମାନା ଅନାଦେୟ ଅଧିକ ୧ ବର୍ଷ କାରାଦଣ୍ଡରେ ଦେବକାନ୍ତଙ୍କୁ ଦଣ୍ଡିତ କରିଛନ୍ତି। ସରକାରଙ୍କ ପକ୍ଷରୁ ଆଇନଜୀବୀ ମହେନ୍ଦ୍ର ମହାପାତ୍ର ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri