ପିତାଙ୍କ ୮୦ତମ ଜନ୍ମଦିବସରେ ଏହି ପ୍ରଶ୍ନ ପଚାରିଥିଲେ ଅମିତାଭ, ଭିଡିଓ ଭାଇରାଲ

ବିଗ୍‌ ବି ଅମିତାଭ ବଚ୍ଚନ ନିଜର ଫିଲ୍ମ ଶୁଟିଂରୁ କିଛି ସମୟ ବାହାର କରି ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। କବିତା ହେଉକି କି ଫ୍ୟାମିଲି ଫଟୋ ପ୍ରତିଦିନ କିଛି ନା କିଛି ଶେୟାର କରି ପ୍ରଶଂସକମାନଙ୍କୁ ଜଣାଉଛନ୍ତି। ଏବେ ସୋସିଆଲ ମିଡିଆରେ ଏକ ପୁରୁଣା ଫ୍ୟାମିଲି ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓଟି ଅମିତାଭଙ୍କ ପିତା ହରିବଂଶ ରାୟ ବଚ୍ଚନଙ୍କ ୮୦ ତମ ଜନ୍ମଦିବସ ପାଳନ ସମୟର। ଏଥିରେ ଅମିତାଭ, ଜୟା, ମା’ ତେଜି ବଚ୍ଚନ ଏବଂ ହରିବଂଶ ରାୟ ବଚ୍ଚନ ଅଛନ୍ତି। ଭିଡିଓଟି ଶେୟାର କରି ଅମିତାଭ କ୍ୟାପଶନ ଲେଖିଛନ୍ତି, ଏମିତି ସମୟ, ଯେଉଁଠି ସବୁବେଳେ ପ୍ରେମ ହୋଇଥାଏ ଆଉ ବାରମ୍ବାର ଜୀଇଁଉଠେ ମଣିଷ। ଅମିତାଭ ପିତା ହରିବଂଶଙ୍କୁ ଏକ ପ୍ରଶ୍ନ ପଚାରୁଥିବା ମଧ୍ୟ ଭିଡିଓରେ ଦେଖିବାକୁ ମିଳିଛି।

ଅମିତାଭ ପିତାଙ୍କୁ ପଚାରୁଛନ୍ତି, ଆପଣଙ୍କୁ ଯେତେବେଳେ ୬୦ ହୋଇଥିଲା ଆମେ ଜନ୍ମଦିବସ ପାଳନ କରିଥିଲୁ। ସେତେବେଳେ ଆପଣ କହିଥିଲେ ‘ଜବ୍‌ ସାଠା ତପ୍‌ ପାଠା’ । ଏବେ ଆପଣଙ୍କୁ ୮୦ ତା’ହେଲେ କ’ଣ କହିବେ? ପଛରୁ ଉତ୍ତର ଆସିଲା ‘ଲପ୍ସି’। ଏହା ଶୁଣି ସମସ୍ତେ ହସି ଉଠିଥିଲେ। ମା’ ତେଜି ଅମିତାଭଙ୍କୁ‘ଲପ୍ସି’ର ଅର୍ଥ ବୁଝାଇ କହିଲେ ଏହା ଏକ ମିଠାଇ। ଯାହା ଖୁବ୍‌ ସ୍ବାଦିଷ୍ଟ। ପୁଣି ହରିବଂଶଙ୍କୁ ସମସ୍ତେ ପଚାରିଲେ ଯେତେବେଳେ ଆପଣଙ୍କୁ ୯୦ କି ୧୦୦ହେବ କ’ଣ କହିବେ? ଏହାର ଉତ୍ତରରେ ହରିବଂଶ କହିଲେ, ସେ ସମୟ ଆସୁ। ୧୦୦ ବୟସରେ ପହଞ୍ଚି ସାରନ୍ତୁ। ତା’ ପରେ ଉତ୍ତର ଦେବେ। ଏହି ଭିଡିଓଟି ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri