ପିତାବଳୀଙ୍କ ବାର୍ଷିକ ଯାତ୍ରା ବନ୍ଦ

ଶଙ୍କରାଖୋଲ,୩୦ା୪(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ଶଙ୍କରାଖୋଲସ୍ଥିତ ଗ୍ରାମଦେବତୀ ମା’ ପିତାବଳୀଙ୍କର ବାର୍ଷିକ ଯାତ୍ରା ପ୍ରତିବର୍ଷ ବୈଶାଖ ଶୁକ୍ଳପକ୍ଷ ଗୁରୁବାର ଅନୁଷ୍ଠିତ ହୋଇଥାଏ। କରୋନା ପାଇଁ ଚଳିତ ବର୍ଷ ଏହା ବନ୍ଦ କରାଯାଇଛି। ଏହିଦିନ ଗ୍ରାମବାସୀ ନୂଆବସ୍ତ୍ର ପରିଧାନ କରିବାସହ ଘରେ ଘରେ ପିଠାପଣାର ଆସର ସହ ବନ୍ଧୁବାନ୍ଧବଙ୍କ ଭିଡ ଜମିଥାଏ। ଚାରିଦିନ ଧରି ଗଁାରେ ନାଚଗୀତ ଚାଲିଥାଏ। ଚଳିତବର୍ଷ କେବଳ ମା’ଙ୍କ ପୂଜକ ସୀମାଞ୍ଚଳ ଦେହୁରି ନୀତିକାନ୍ତି ଅନୁଯାୟୀ ମା’ଙ୍କ ସହ ଗ୍ରାମ ଦେବାଦେବୀଙ୍କୁ ବରଣ କରି କରୋନା ମହାମାରୀରୁ ବିଶ୍ୱବାସୀଙ୍କୁ ରକ୍ଷା କରିବାକୁ ପୂଜାର୍ଚ୍ଚନା କରିଥିଲେ। ବାହକ ଗୋବିନ୍ଦ ଅମାତ୍ୟ ସହଯୋଗ କରିଥିଲେ। ଗ୍ରାମବାସୀ ଘରେ ରହି ଉପବାସ କରି ମା’ଙ୍କୁ ପୂଜାର୍ଚ୍ଚନା କରିଥିବାବେଳେ ଦର୍ଶନ ନ ପାଇ ନିରାଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri