ପିପିଲିଆ ପଞ୍ଚାୟତ ଉନ୍ନୟନ ପାଇଁ ଆସିଥିବା ୨୦ ଲକ୍ଷ ଟଙ୍କା ହେରଫେର ଅଭିଯୋଗ: ସରପଞ୍ଚ ଅଟକ, ପିଇଓ ଫେରାର

କେନ୍ଦୁଝର, ୧୧।୧୦(ସ୍ବ.ପ୍ର.): ଘଟଗାଁ ବ୍ଲକ ପିପିଲିଆ ପଞ୍ଚାୟତରେ ଚତୁର୍ଥ ରାଜ୍ୟ ଅର୍ଥ କମିଶନ ଓ ଚତୁର୍ଦ୍ଦଶ କେନ୍ଦ୍ର ଅର୍ଥ କମିଶନ ଟଙ୍କା ହେରଫେର ଅଭିଯୋଗରେ ଘଟଗାଁ ପୋଲିସ ଶୁକ୍ରବାର ଜଣେ ସରପଞ୍ଚଙ୍କୁ ଅଟକ ରଖି ପଚରା ଉଚୁରା କରୁଥିବା ବେଳେ ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ଫେରାର ଥିବା ଜଣାପଡିଛି। ପିଇଓ ବଦଳି ସମୟରେ ଦାୟିତ୍ୱ ହସ୍ତାନ୍ତର ବେଳେ ପାଖା ପାଖି କୋଡିଏ ଲକ୍ଷ ଟଙ୍କା ବ୍ୟାଙ୍କ ଖାତାରୁ ସେମାନଙ୍କ ବ୍ୟକ୍ତି ଗତ ଖାତାକୁ ଟ୍ରାନ୍ସଫର ହୋଇଥିବା ଜଣାପଡିଥିଲା। ଏହାକୁ ଭିତ୍ତି କରି ଥାନାରେ ଏତଲା ଦିଆଯାଇଛି ବୋଲି ଘଟଗାଁ ବିଡିଓ ତ୍ରିଲୋଚନ ମହାନ୍ତି କହିଛନ୍ତି। ଏହି ଟଙ୍କା ପଞ୍ଚାୟତ ଅଞ୍ଚଳର ବିକାଶ ପାଇଁ ଆସିଥିଲା। ଏହି ଟଙ୍କାକୁ ଖର୍ଚ୍ଚ ନ କରି ହେରଫେର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣା ଜଣାପଡିବା ପରେ ପିଇଓ ଫେରାର ହୋଇଯାଇଥିବାରୁ ପୋଲିସ ଧରିବାକୁ ଉଦ୍ୟମ କରୁଛି। ତେବେ ସରପଞ୍ଚଙ୍କୁ ଅଟକ ରଖି ଘଟଣାର ତଦନ୍ତ ଜାରି ରଖିଛି। ଅଧିକ ତଦନ୍ତ ହେଲେ ବହୁ ଘଟଣା ପଦାକୁ ଆସିବ। ଉକ୍ତ ପିଇଓଙ୍କ ବିରୋଧରେ ବହୁ ଅଭିଯୋଗ ହୋଇ ଆସୁଥିଲେ ହେଁ କିପରି ପୁଣି ପଞ୍ଚାୟତ ଦାୟିତ୍ୱ ଦିଆଯାଇଥିବା ତାହାକୁ ନେଇ ସନ୍ଦେହ ସୃଷ୍ଟି ହେଉଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri