Posted inଖେଳ

ପିବିଏଲ୍‌ର ଅନ୍ତିମ ଲେଗ୍‌ ହାଇଦ୍ରାବାଦକୁ ସ୍ଥାନାନ୍ତର

ବେଙ୍ଗାଲୁରୁ,୧୧।୧(ପି.ଟି.)- ପ୍ରିମିୟର ବ୍ୟାଡ୍‌ମିଣ୍ଟନ ଲିଗ (ପିବିଏଲ୍‌)ର ଅନ୍ତିମ ଲେଗର ମ୍ୟାଚ୍‌ଗୁଡିକ ବେଙ୍ଗାଲୁରୁରୁ ହାଇଦ୍ରାବାଦକୁ ସ୍ଥାନାନ୍ତର କରାଯାଇଛି। ମ୍ୟାଚ୍‌ ଖେଳାଯିବା ପାଇଁ ଭେନୁ ଉପଲବ୍ଧ ନ ହେବାକୁ ବେଙ୍ଗାଲୁରୁ ରାପ୍ଟର୍ସ ଦ୍ୱିତୀୟ ଲେଗ୍‌ର ମ୍ୟାଚ୍‌ଗୁଡିକୁ ଆୟୋଜନ କରିବା ନେଇ ଅକ୍ଷମତା ପ୍ରକାଶ କରିଛି। ଫଳରେ ଏହାକୁ ହାଇଦ୍ରାବାଦକୁ ସ୍ଥାନାନ୍ତର କରାଯାଇଛି ବୋଲି ଆୟୋଜକଙ୍କ ତରଫରୁ କୁହାଯାଇଛି।
ପିବିଏଲ୍‌ର ୨୦୨୦ ସଂସ୍କରଣରେ ୨୪ଟି ଟାଇ ବା ମ୍ୟାଚ୍‌ ଖେଳାଯିବ। ଆସନ୍ତା ୨୦ ତାରିଖରୁ ଏହି ମ୍ୟାଚ୍‌ଗୁଡିକ ବିଭିନ୍ନ ସହରରେ ଆୟୋଜନ ହେବ। ଫେବୃୟାରୀ ୫ରୁ ୯ ତାରିଖ ପର୍ଯ୍ୟନ୍ତ ଖେଳାଯିବାକୁଥିବା ଲିଗ୍‌ର ଅନ୍ତିମ ଲେଗ ପୂର୍ବରୁ ବେଙ୍ଗାଲୁରୁରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ବେଙ୍ଗାଲୁରୁସ୍ଥିତ ଶ୍ରୀ କାନ୍ତିରାଭା ଷ୍ଟାଡିୟମରେ ମ୍ୟାଚ୍‌ ଆୟୋଜନ ହୋଇପାରିବ ନାହିଁ ବୋଲି ଟୁଇଟ୍‌ ବେଙ୍ଗାଲୁରୁ ରାପ୍ଟର୍ସ ସ୍ପଷ୍ଟ କରିଥିଲା। ଏବେ ଏହି ମ୍ୟାଚ୍‌ଗୁଡିକ ହାଇଦ୍ରାବାଦ୍‌ରେ ଖେଳାଯିବ। ଜାନୁୟାରୀ ୨୯ରୁ ଫେବୃୟାରୀ ୪ ତାରିଖ ମଧ୍ୟରେ ଅନ୍ୟମ୍ୟାଚ୍‌ଗୁଡିକ ଖେଳାଯିବ। ଏବେ ୧୫ ମ୍ୟାଚ୍‌ ସମେତ ୩ଟି ଡବଲ୍‌ ହେଡର୍ସ ମଧ୍ୟ ହାଇଦ୍ରାବାଦ୍‌ରେ ଆୟୋଜନ ହେବ। ସେମିଫାଇନାଲ ଓ ଫାଇନାଲ ମ୍ୟାଚ୍‌ ମଧ୍ୟ ହାଇଦ୍ରାବାଦ୍‌ରେ ଆୟୋଜନ ହେବ। ଆଗାମୀ ସିଜନର ଅନ୍ୟ ଦୁଇଟି ଭେନ୍ୟୁ ହେଲା ଚେନ୍ନାଇ ଓ ଲକ୍ଷ୍ନୌ। ଚେନ୍ନାଇରେ ଆସନ୍ତା ୨୦ରୁ ୨୪ ଓ ଲକ୍ଷ୍ନୌରେ ୨୫ରୁ ୨୮ ତାରିଖ ମଧ୍ୟରେ ଲିଗ୍‌ର ଅନ୍ୟ ମ୍ୟାଚ୍‌ଗୁଡିକ ଆୟୋଜନ ହେବ। ଚେନ୍ନାଇରେ ପ୍ରଥମ ଲେଗ୍‌ ଖେଳାଯିବା ପରେ ଲକ୍ଷ୍ନୌରେ ଅନ୍ୟ ମ୍ୟାଚ୍‌ଗୁଡିକ ଖେଳାଯିବ। ଶେଷରେ ହାଇଦ୍ରାବାଦ୍‌ରେ ବାକି ମ୍ୟାଚ୍‌ଗୁଡିକ ଆୟୋଜନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri