ପିଲାଙ୍କୁ ବହି ବାଣ୍ଟିଲେ ଶିକ୍ଷୟିତ୍ରୀଶିକ୍ଷକ

ପୁରୀ ଅଫିସ,୧୭ା୪: କରୋନା ମୁକାବିଲା ପାଇଁ ଲକ୍‌ଡାଉନ ଅବଧିକୁ ପ୍ରଧାନମନ୍ତ୍ରୀ ମେ’ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ରାଜ୍ୟ ସରକାର ମଧ୍ୟ ଜୁନ୍‌ ୧୭ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି। ଏହି ସମୟରେ ପିଲାମାନେ ଘରେ ରହିବେ, ପଢିବେ ବୋଲି କୁହାଯାଇଥିଲା। ହେଲେ ପାଖରେ ବହି ନ ଥିବାରୁ ସେମାନେ କିଭଳି ପାଠପଢିବେ ତାହାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିବାପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଘରେ ବହି ପହଞ୍ଚାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିଲା। ଏହିକ୍ରମରେ ପ୍ରଥମ ପର୍ଯ୍ୟାୟରେ ବୁଧବାରଠାରୁ ପୁରୀ ଜିଲାରେ ଛାତ୍ରୀଛାତ୍ରଙ୍କୁ ବହି ବଣ୍ଟନ କରାଯାଇଛି। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକଙ୍କ ମାଧ୍ୟମରେ ଶିକ୍ଷୟିତ୍ରୀଶିକ୍ଷକମାନେ ପିଲାଙ୍କ ଘର ଘର ବୁଲି ବହି ବାଣ୍ଟିଛନ୍ତି। ପ୍ରଥମ ଦିନରେ ପୁରୀ ପୌରାଞ୍ଚଳ ସମେତ ସଦର ଓ ବ୍ରହ୍ମଗିରି ବ୍ଲକର କେତେକ ଜାଗାରେ ବହି ବଣ୍ଟନ କରାଯାଇଥିବା ଜଣାପଡିଛି।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ବହି ବ୍ଲକ ଏବଂ ସ୍କୁଲସ୍ତରରେ ପହଞ୍ଚତ୍ଛି। ଏହାକୁ ଆସନ୍ତା ୨୫ତାରିଖ ସୁଦ୍ଧା ପୁରୀ ଜିଲାର ସମସ୍ତ ପିଲାଙ୍କ ଘରେ ପହଞ୍ଚାଇବାକୁ ଗଣଶିକ୍ଷା ବିଭାଗ ଲକ୍ଷ୍ୟ ରଖିଛି। କୌଣସି ପିଲା ବହି ନେବାକୁ ସ୍କୁଲକୁ ଆସିବେ ନାହିଁ। ଶିକ୍ଷୟିତ୍ରୀଶିକ୍ଷକମାନେ ସାମାଜିକ ଦୂରତା ରକ୍ଷା କରି ଛାତ୍ରୀଛାତ୍ରଙ୍କ ଘରକୁ ଯାଇ ବହି ବଣ୍ଟନ କରିବେ ବୋଲି ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri