ପିଲାଙ୍କୁ ସ୍ମାର୍ଟ କରିବ ସ୍ମାର୍ଟକ୍ଲାସ୍‌

ଢେଙ୍କାନାଳ ଅଫିସ, ୧୩ା୯-ସ୍ଥାନୀୟ ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁବାରଠାରୁ ସ୍ମାର୍ଟକ୍ଲାସ ଆରମ୍ଭ ହୋଇଛି। ଏହି ସ୍ମାର୍ଟକ୍ଲାସରେ ୯ମ ଓ ୧୦ମ ଶ୍ରେଣୀର ଛାତ୍ରୀଛାତ୍ରମାନେ ପ୍ରତି ବିଷୟରେ ସହଜରେ ଶିକ୍ଷାଲାଭ କରିପାରିବେ। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କହିଲେ, ଶିକ୍ଷାକୁ ସହଜ, ସରଳ, ବୋଧଗମ୍ୟ ଏବଂ ଆମୋଦଦାୟକ କରିବାରେ ସ୍ମାର୍ଟକ୍ଲାସ ସହାୟକ ହେବ। ପ୍ରଥମ ପର୍ଯ୍ୟାୟରେ ଜିଲାର ୫ଟି ସ୍କୁଲରେ ଏହା ଆରମ୍ଭ କରାଯିବାକୁ ନିଷ୍ପତ୍ତି ହୋଇଛି। ପରବର୍ତ୍ତୀ ପର୍ଯ୍ୟାୟରେ ଜିଲାର ୮ ବ୍ଲକର ୨୦ ସ୍କୁଲରେ ଏହି ପାଠ୍ୟକ୍ରମ ପ୍ରଚଳନ ହେବ। ଜିଲାର ଅଭିଜ୍ଞ ଶିକ୍ଷକଙ୍କ ଦ୍ୱାରା ସ୍ମାର୍ଟକ୍ଲାସ ପରିଚାଳିତ ହେବ। ଏହା ୯ମ ଏବଂ ୧୦ମ ଶ୍ରେଣୀର ପିଲାଙ୍କୁ ସ୍ମାର୍ଟ କରିବାରେ ସହାୟକ ହେବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ଜିଲା ଶିକ୍ଷା ଅଧିକାରୀ ସୁଧାନନ୍ଦ ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କାମାକ୍ଷାନଗର ବିଇଓ ଅଜୟ ପାତ୍ର ଯୋଗଦେଇ ସ୍ମାର୍ଟକ୍ଲାସର ଲକ୍ଷ୍ୟ, ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ।
ଓଡ଼ିଶାରେ ଏହା ହେଉଛି ପ୍ରଥମ ଏବଂ ନୂତନ କାର୍ଯ୍ୟକ୍ରମ। ଜିଲା ଶିକ୍ଷାଧିକାରୀଙ୍କ ନେତୃତ୍ୱରେ ସଦର ବିଇଓ ନିତ୍ୟାନନ୍ଦ ବାରିକ, କାମାକ୍ଷାନଗର ବିଇଓ ପ୍ରମୁଖ ବିହାର ରାଜ୍ୟର ବାଙ୍କା ଜିଲା ପରିଦର୍ଶନରେ ଯାଇ ସେଠାକାର ସ୍କୁଲରେ କାର୍ଯ୍ୟକାରୀ କରାଯାଇଥିବା ସ୍ମାର୍ଟକ୍ଲାସ କାର୍ଯ୍ୟକ୍ରମର ଅନୁଧ୍ୟାନ କରିଥିଲେ। ଏହାର ସମୀକ୍ଷା କରାଯିବା ପରେ ଜିଲାରେ ଏହାକୁ କାର୍ଯ୍ୟକାରୀ କରାଯାଇଥିବା ସୂଚନା ଦିଆଯାଇଥିଲା।
ପ୍ରଭୁ ଆଶିଷ ମହାପାତ୍ର କାର୍ଯ୍ୟକ୍ରମରେ ବୈଷୟିକ ସହାୟତା ପ୍ରଦାନ କରିଥିବାବେଳେ ପ୍ରଧାନ ଶିକ୍ଷୟିତ୍ରୀ ମିନତୀ ଦେହୁରୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?