ପିସିସି ସଭାପତି ପଦବୀ ପାଇଁ ମୁଁ ଉପଯୁକ୍ତ ନୁହେଁ କି ମୋର ପତିଆରା ନାହିଁ: ସୁର

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପଦବୀ ଲାଗି ଆଶାୟୀ ନ ଥିବା କହିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟ। ନିରଞ୍ଜନଙ୍କୁ ଗାଦିରୁ ହଟାଇ ଦଳର ଅନ୍ୟ ତୁଙ୍ଗ ନେତାଙ୍କୁ ବସାଇବାକୁ ଦଳୀୟ ନେତା ଏକାଠି ହେଉଥିବା ବେଳେ ଏପରି ପ୍ରତିକ୍ରିୟା ରଖିଛନ୍ତି ସୁର। ପଦବୀ ପାଇଁ ଆଶାୟୀ କି ପ୍ରଶ୍ନରେ ସେ କହିଛନ୍ତି, ମୁଁ ଆଶାୟୀ ନୁହେଁ କି ମୁଁ ଉପଯୁକ୍ତ ନୁହେଁ। ମୋର ଗରିମା ନାହିଁ କି ପତିଆରା ନାହିଁ। ଏହାଛଡ଼ା ସଭାପତି ପଦକୁ ନେଇ ବୁଧବାର ପାନ୍ଥନିବାସରେ ଅନୁଷ୍ଠିତ ଚିନ୍ତନ ବୈଠକରେ କଂଗ୍ରେସ ନେତା ଏକାଠି ହେବାକୁ ସୁର ତାତ୍ସଲ୍ୟ କରିଛନ୍ତି। ସେ କହିଛନ୍ତି, ଯେଉଁମାନେ କହୁଛନ୍ତି ବା ହେବାକୁ ଚାହୁଁଛନ୍ତି, ସେମାନେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଦେଖା କରନ୍ତୁ।

ଖାଲି ସେତିକି ନୁହେଁ ନିରଞ୍ଜନଙ୍କ ‘ମୋତେ ମୁକ୍ତି ଦିଅ’ ମନ୍ତବ୍ୟକୁ ନେଇ ସୁର ଟିପ୍ପଣୀ କରି କହିଛନ୍ତି, ନିରଞ୍ଜନ ବାବୁ ଏକଥା ସିଧା ସୋନିଆ ଗାନ୍ଧୀଙ୍କୁ କୁହନ୍ତୁ। ଯଦି ସେ ଏପରି କରନ୍ତେ, ତେବେ କାମ ଖତମ ହୋଇଯାଆନ୍ତା ବୋଲି ସୁର କହିଛନ୍ତି।

ସୂଚନାଯୋଗ୍ୟ, ନିରଞ୍ଜନ ପିସିସିକୁ ଠିକ୍‌ ଭାବେ ନେତୃତ୍ୱ ଦେଇପାରୁ ନ ଥିବା ଏବଂ ଦଳରେ ଆମୁଳଚୂଳ ପରିବର୍ତ୍ତନ ହେବାର ଆବଶ୍ୟକତା ଥିବାର ଆବଶ୍ୟକତା ଥିବା ନେତାମାନେ ମତ ରଖୁଛନ୍ତି। ତାଙ୍କ ସ୍ଥାନରେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ବସାଇବା ପାଇଁ ବୈଠକରେ ମୁଁହ ଖୋଲିଛନ୍ତି। ଏହାକୁ ନେଇ ନିରଞ୍ଜନ କହିଥିଲେ, ସଭାପତି ରହିବାକୁ ଚାହୁଁନି, ମୋତେ ମୁକ୍ତି ଦିଅ। ଏଥିସହ ଦଳ ବାହାରେ ଏମିତି ରଖି ଆଉ କ୍ଷତି ନ କରିବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri