ପିସିସି ସଭାପତି ପଦରୁ ନିରଞ୍ଜନଙ୍କ ଇସ୍ତଫା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚଳିତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ପ୍ରଥମ ଥର ଲାଗି କଂଗ୍ରେସ ଦୁଇ ଅଙ୍କ ଛୁଇଁବାରେ ବିଫଳ ହୋଇଛି। ଏଣୁ ଦଳର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ କରି ନୈତିକତା ଦୃଷ୍ଟିରୁ ପିସିସି ସଭାପତି ପଦରୁ ସେ ଇସ୍ତଫା ଦେଇଥିବା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ନିଜର ଇସ୍ତଫାପତ୍ର ସେ ଏଆଇସିସି ଅଧ୍ୟକ୍ଷଙ୍କ ନିକଟକୁ ପଠାଇଛନ୍ତି। ଏହାଛଡ଼ା ରାଜ୍ୟରେ ପ୍ରତିକୂଳ ପରିସ୍ଥିତିରେ ଦଳକୁ ବିଜୟ ଆଣିଦେଇଥିବା କଂଗ୍ରେସର ବିଜୟୀ ପ୍ରାର୍ଥୀଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି।

ରାଜ୍ୟରେ ବିଜେଡି ଓ କେନ୍ଦ୍ରରେ ଭାଜପା ସରକାର ଗଢ଼ିବା ପ୍ରସଙ୍ଗରେ ସେ କହିଛନ୍ତି, ସାରା ଦେଶରେ ମୋଦି ବାତ୍ୟା ପ୍ରବାହିତ ହେଲା, ଆମେ ଟଳି ପଡ଼ିଲୁ। ରାଜ୍ୟରେ ନବୀନ, ଦେଶରେ ମୋଦିଙ୍କୁ ଲୋକ ଭରସା କଲେ। ଆମ ଉପରେ ଲୋକଙ୍କ ବିଶ୍ୱାସ ନ ରହିବାରୁ ହାରିଲୁ ବୋଲି ସେ କହିଛନ୍ତି।

ଚଳିତ ଥର କଂଗ୍ରେସ ୮୦ରୁ ଊର୍ଦ୍ଧ୍ୱ ନୂଆ ମୁହଁଙ୍କୁ ସୁଯୋଗ ଦେଇଥିଲା। ବିଶେଷକରି ଯୁବକମାନଙ୍କୁ ଗୁରୁତ୍ୱ ଦିଆଯାଇଥିଲା। ଆଗାମୀ ଦିନରେ ଯୁବପିଢ଼ି ହିଁ କଂଗ୍ରେସକୁ ଆଗକୁ ନେଇ ପାରିବେ। ରାଜନୀତିରେ ମୁଁ କଂଗ୍ରେସରେ ଅଛି ଓ ରହିବି। ଯିଏ ବି ଦଳର ଦାୟିତ୍ୱ ନେବ ତାଙ୍କୁ ସମ୍ପୂର୍ଣ୍ଣ ଭାବେ ସହଯୋଗ କରିବେ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ୨୦୧୯ ନିର୍ବାଚନରେ ନିରଞ୍ଜନ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ିଥିଲେ। କେନ୍ଦୁଝର ଜିଲାର ଘସିପୁରା ଓ ଭଦ୍ରକ ଜିଲାର ଭଣ୍ଡାରୀପୋଖରୀ ବିଧାନସଭା ଲାଗି ସେ ପ୍ରତିନ୍ଦ୍ୱନ୍ଦିତା କରିଥିଲେ। ମାତ୍ର ଉଭୟ ଆସନରେ ତାଙ୍କୁ ପରାଜୟର ମୁହଁ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri