ପିସିସି ସଭାପତି ରହିବେ ନିରଞ୍ଜନ: ରୁଦ୍ର ରାଜୁ

ପୁରୀ ଅଫିସ, ୬ା୧୨: ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ପଦବୀକୁ ନେଇ କଂଗ୍ରେସ ଦଳରେ ଯେଉଁ କନ୍ଦଳ ଚାଲିଛି ସେଥିରେ ନୂଆ ଟୁଇଷ୍ଟ ଆଣିଛନ୍ତି ଏଆଇସିସି ସମ୍ପାଦକ ରୁଦ୍ର ରାଜୁ। ଶୁକ୍ରବାର ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଦଳର ସାଙ୍ଗଠନିକ ସଭାରେ ଯୋଗଦେବା ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ରାଜୁ କହିଛନ୍ତି, ନିରଞ୍ଜନ ପଟ୍ଟନାୟକ ହେଉଛନ୍ତି ପିସିସି ସଭାପତି। ସେ ହିଁ ରହିବେ। ପିସିସି ସଭାପତି ପଦକୁ ନେଇ କୌଣସି କର୍ମୀ କିମ୍ବା ନେତୃବୃନ୍ଦ ବିଭ୍ରାନ୍ତ ହେବାର ଆବଶ୍ୟକତା ନାହିଁ। ଗୋଟିଏ ଗୋଷ୍ଠୀ ପିସିସି ସଭାପତିଙ୍କୁ ବଦଳାଇବା ଲାଗି ବାରମ୍ବାର ଦିଲ୍ଲୀ ଯାଉଥିବା ପ୍ରଶ୍ନରେ ରାଜୁ କହିଛନ୍ତି, ସେମାନଙ୍କ ଉପରେ ମଧ୍ୟ ଫୋକସ ରଖାଯାଇଛି। ଦଳୀୟ ନିଷ୍ପତ୍ତିକୁ ଯେଉଁମାନେ ଅବମାନନା କରିବେ ହାଇକମାଣ୍ଡ ନିଶ୍ଚିତ ରୂପେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଜାତୀୟ ନେତୃତ୍ୱ ହେଉଛନ୍ତି ସୋନିଆ ଗାନ୍ଧୀ ଏବଂ ରାଜ୍ୟରେ ନିରଞ୍ଜନ ପଟ୍ଟନାୟକ। ଏଥିରେ କେହି ଦ୍ୱିମତ ହେବାର ନାହିଁ। ଏଠାରେ ଆମେ ନିରଞ୍ଜନଙ୍କ ନେତୃତ୍ୱରେ ହିଁ ସମସ୍ତେ କାମ କରିବା ବୋଲି ରାଜୁ ସ୍ପଷ୍ଟ କରିଛନ୍ତି।
ରାଜ୍ୟରେ ଦଳର ସ୍ଥିତି ଦୁର୍ବଳ ହେଉଥିବା ପ୍ରଶ୍ନରେ ସେ କହିଥିଲେ, ଗତ ସାଧାରଣ ନିର୍ବାଚନରେ ଦଳ ଭଲ ପ୍ରଦର୍ଶନ କରିବ ବୋଲି ଆଶା କରିଥିଲୁ। କିନ୍ତୁ ତାହା ହେଲା ନାହିଁ। ତେଣୁ ସଙ୍ଗଠନକୁ କିପରି ମଜବୁତ୍‌ କରାଯିବ ସେଥିଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରତି ବିଧାନସଭା କ୍ଷେତ୍ରକୁ ଯାଇ ନୂଆ ପିଢୀକୁ ଆଗକୁ ବଢାଇବା ଲାଗି ବାଟ ପ୍ରସ୍ତୁତ ହେବ। କଂଗ୍ରେସ ବିଚାରାଧାରାର ଲୋକଙ୍କୁ ନେଇ ଆଗାମୀ କାର୍ଯ୍ୟପନ୍ଥା ସ୍ଥିର କରାଯିବ ବୋଲି ରାଜୁ କହିଛନ୍ତି। ସେହିପରି ଦେଶରେ ବିଭିନ୍ନ ସ୍ଥାନରେ ମହିଳା ଏବଂ ଯୁବତୀଙ୍କ ପ୍ରତି ଯେଉଁ ଅମାନବୀୟ କାଣ୍ଡ ଘଟୁଛି ତାହାକୁ ସେ ତୀବ୍ର ନିନ୍ଦା କରିଥିଲେ। ହାଇଦ୍ରାବାଦରେ ଜଣେ ଡାକ୍ତରାଣୀଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣା ଉପରେ ମତ ରଖି ରାଜୁ କହିଥିଲେ, ଏଭଳି ଘଟଣା ଉପରେ ରୋକ୍‌ ଲଗାଯିବବା ଦରକାର। କୌଣସି ନିର୍ଦ୍ଦିଷ୍ଟ ଅଞ୍ଚଳ ନୁହେଁ ଦେଶର ବିଭିନ୍ନ ସ୍ଥାନରେ ଏହି ଘଟଣା ଦେଖିବାକୁ ମିଳୁଛି। ଓଡ଼ିଶାରେ ବି ମହିଳାଙ୍କ ଉପରେ ଅତ୍ୟାଚାର ଅଧିକ ମାତ୍ରାରେ ହେଉଛି। ଏଥିରେ ଅଙ୍କୁଶ ଆଣିବାକୁ କଂଗ୍ରେସ ଦଳ କାମ କରିବ ବୋଲି ରାଜୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri