ପୁଅ କଟୁରି ଚୋଟରେ ମା’ ଗୁରୁତର: ଅଭିଯୁକ୍ତ ଗିରଫ

ଡେଲାଙ୍ଗ,୧୩ା୯(ଡି.ଏନ୍‌.ଏ.): ଡେଲାଙ୍ଗ ଥାନା ଅନ୍ତର୍ଗତ ପଟଣପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅର କଟୁରି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ପୋଲିସ ଏକ ମାମଲା (ନଂ.୧୬୨/୧୯)ରୁଜୁ କରିବା ସହ ଅଭିଯୁକ୍ତ ବୈକୁଣ୍ଠ ବେହେରାଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ପଟଣପୁର ଗ୍ରାମର ବୈକୁଣ୍ଠ ଶ୍ୱଶୁର ଘରକୁ ଯିବାପାଇଁ ତାଙ୍କ ମା’ଙ୍କୁ ଟଙ୍କା ମାଗିଥିଲେ। ମା’ ତାଙ୍କୁ ୫୦୦ଟଙ୍କା ଦେଇଥିଲେ। ଏହା ପରେ କୌଣସି କାରଣକୁ ନେଇ ବୈକୁଣ୍ଠ ମା’ଙ୍କୁ ଗାଳିଗୁଲଜ କରିବା ସହ ଏକ କଟୁରିରେ ତାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଏହାପରେ ତାଙ୍କ ମା’ ଚେତାଶୂନ୍ୟ ହୋଇ ତଳେ ପଡିଯାଇଥିଲେ। ପରେ ସ୍ଥାନୀୟ ଲୋକେ ତାଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଖବରପାଇ ଥାନା ଏସ୍‌ଆଇ ଉପେନ୍ଦ୍ର ନାଥ ଦାସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବୈକୁଣ୍ଠକୁ ଗିରଫ କରିଥିଲେ। ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

ଫ୍ଲାଇଟ୍ ବିଳମ୍ବ ହେବାରୁ ନଷ୍ଟ ହେଲା ଚାଷୀଙ୍କ ଗଛ ! ଏୟାରଏସିଆକୁ କୋର୍ଟଙ୍କ ବଡ଼ ଝଟ୍‌କା, କ୍ଷତିପୂରଣ ଶୁଣିଲେ…

ନୂଆଦିଲ୍ଲୀ,୧୧।୬: ଏୟାର ଏସିଆ ବିମାନ କମ୍ପାନୀର ଉଡ଼ାଣ ବିଳମ୍ବ ଯୋଗୁଁ କେରଳର ଜଣେ ଚାଷୀଙ୍କ ଏକ ଗଛ ନଷ୍ଟ ହୋଇଗଲା। କେରଳର ପାଲକ୍କଡର ବାସିନ୍ଦା ଅବଦୁଲ ଅଜିଜ ହାଇବ୍ରିଡ୍…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

ପୁଣି ଝାଲମୁଢି ଖାଇଲେ ମୋଦି: ଏଥର ଦୋକାନରେ ନୁହେଁ, ମୁଖ୍ୟମନ୍ତ୍ରୀଙ୍କ ହାତରୁ ଖାଇ…

ନୂଆଦିଲ୍ଲୀ,୧୧।୬:କେନ୍ଦ୍ରରେ ମୋଦି ସରକାର ଐତିହାସିକ ୧୨ ବର୍ଷ ଶାସନ ପୂରଣ କରିଛି। ଏହା ସହିତ ପ୍ରଧାନମନ୍ତ୍ରୀ ମୋଦି ପ୍ରଧାନମନ୍ତ୍ରୀ ଭାବରେ ସବୁଠାରୁ ଦୀର୍ଘ ଦିନ ପାଇଁ ରେକର୍ଡ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ଚାଲିଛି: ଦେବସ୍ନାନ ପୂର୍ଣ୍ଣିମା ପାଇଁ ସେବାୟତଙ୍କ ସହ ଆଲୋଚନା

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ରଥାଯାତ୍ରା ପାଇଁ ପ୍ରସ୍ତୁତି ଦ୍ରୁତ ଗତିରେ ଚାଲିଛି। ଗୁରୁବାର ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri