ପୁଅ ଦ୍ୱିତୀୟଥର ବିଧାୟକ ନିର୍ବାଚିତ, ଏବେ ବି ଗାଡି ପଙ୍କଚର ମାରୁଛନ୍ତି ପିତା

ଭୋପାଳ,୧୩।୨: ଭୋପାଳର ବୋଗଦା ଅଞ୍ଚଳରେ ଥିବା ଏକ ଛୋଟ ଗ୍ୟାରେଜ୍‌ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଗ୍ୟାରେଜ୍‌ର ମାଲିକ ହେଉଛନ୍ତି ଦିଲ୍ଲୀର ଜଙ୍ଗପୁରା ବିଧାନସଭା ଆସନରୁ ଲଗାତର ଦ୍ୱିତୀୟଥର ପାଇଁ ବିଧାୟକ ନିର୍ବାଚିତ ହୋଇଥିବା ବିଧାୟକ ପ୍ରବୀଣ କୁମାରଙ୍କ ପିତା ପିଏନ ଦେଶମୁଖ। ମୂଳତଃ ଭୋପାଳ ବାସିନ୍ଦା ପ୍ରବୀଣ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପକ୍ଷରୁ ନିର୍ବାଚନ ଲଢି ଜିତିଛନ୍ତି। ତାଙ୍କ ପିତା ୧୯୭୯ରୁ ବୋଗଦା ଅଞ୍ଚଳରେ ଏକ ଛୋଟ ଗ୍ୟାରେଜ୍‌ କରି ଗାଡି ପଙ୍କଚର ମାରିବା ସହ ସଜାଡୁଥିଲେ। ପୁଅ ୨୦୧୫ରେ ପ୍ରଥମଥର ଲାଗି ବିଧାୟକ ନିର୍ବାଚିତ ହେବା ପରେ ମଧ୍ୟ ସେ ଏହି କାର୍ଯ୍ୟରୁ ଓହରି ନ ଥିଲେ। ଦେଶମୁଖଙ୍କ ଦ୍ୱିତୀୟ ପୁଅ ସଫ୍ଟଓ୍ବେୟାର ଇଞ୍ଜିନିୟର। ତଥାପି ସକାଳୁ ଗ୍ୟାରେଜ୍‌ ଖୋଲି ଟାୟାର ସଜାଡିବା, ଗାଡି ପଙ୍କଚର ଦେବା ତାଙ୍କ ନିତିଦିଆ କାମ। ୨୦୧୧ରେ ଆନ୍ନା ଆନ୍ଦୋଳନ ସହ ଜଡିତ ଥିବା ପ୍ରବୀଣ ପରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମ୍ପର୍କରେ ଆସି ନିର୍ବାଚନ ଲଢିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri