ପୁଅ ବାଇକ୍‌ରୁ ଖସି ମା’ଙ୍କ ପ୍ରାଣ ଗଲା

ରାଇରଙ୍ଗପୁର,୨୦ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ୨୨୦ନଂ. ଜାତୀୟ ରାଜପଥର ସିମଦିହି ନିକଟରେ ରବିବାର ପୁଅର ବାଇକ୍‌ରୁ ଖସିପଡ଼ି ମାଆଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ହେଲେ ଯଶିପୁର ଥାନା ଅନ୍ତର୍ଗତ ଭଣ୍ଡାରୀପୋଷି ଗ୍ରାମର ଉର୍ମିଳା ମୁଖୀ। ପୋଲିସ ଏକ ମାମଲା(ନଂ.୨୩/୨୦୨୦) ରୁଜୁ କରି ତଦନ୍ତ ଜାରି ରଖିଛି। ପୋଲିସ ସୂଚନା ଅନୁଯାୟୀ, ଉର୍ମିଳା ଓ ତାଙ୍କ ପୁଅ ଏକ ବାଇକ ଯୋଗେ ଝାଡ଼ଖଣ୍ଡ ରାଜ୍ୟ ଟାଟାନଗର ଅଞ୍ଚଳକୁ ଯାଉଥିବା ବେଳେ ଅସାବଧାନତା ବଶତଃ ଖସି ପଡ଼ିଥିଲେ। ଗୁରୁତର ଅବସ୍ଥାରେ ପୋଲିସ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ରାଇରଙ୍ଗପୁର ମେଡିକାଲକୁ ଚିକିତ୍ସା ପାଇଁ ପଠାଇଥିତ୍ବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?