ପୁଅ ବିଦେଶରୁ ଫେରିଥିବା ସୂଚନା ଦେଇ ନ ଥିବାରୁ ଡିଏସ୍‌ପିଙ୍କ ନାଁରେ ଏତଲା

ହାଇଦ୍ରାବାଦ,୨୫।୩: ସାରା ବିଶ୍ୱରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ୧୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ବର୍ତ୍ତିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। କିନ୍ତୁ କେତେକ ଲୋକ ଏହି ନିୟମକୁ ମାନୁ ନ ଥିବାରୁ କରୋନା ଭାଇରସ୍‌ ବ୍ୟାପିବାର ଅଧିକ ଭୟ ରହିଛି। ଇତିମଧ୍ୟରେ ହାଇଦ୍ରାବାଦରୁ ଜଣେ ପୋଲିସ ଅଧିକାରୀଙ୍କ ଦାୟିତ୍ୱହୀନତା ସାମ୍ନାକୁ ଆସିଛି। ବିଦେଶ ଫେରନ୍ତାଙ୍କ ସମ୍ବନ୍ଧରେ ସ୍ବାସ୍ଥ୍ୟ ବିଭାଗକୁ ଜଣାଇବା ବାଧ୍ୟତାମୂଳକ ଥିବା ବେଳେ ତେଲେଙ୍ଗାନାର ଡିଏସ୍‌ପି ତାହା ନ କରିବା ସହ ୧୪ଦିନିଆ କ୍ୱାରାଣ୍ଟାଇନ୍‌ରେ ମଧ୍ୟ ନ ଥିଲେ । ପୁଅ ଲଣ୍ଡନରୁ ଫେରିବା କଥା ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନ ଜଣାଇବା ଏବଂ କ୍ୱାରାଣ୍ଟାଇନ ନିୟମକୁ ଉଲ୍ଲଂଘନ କରିଥିବାରୁ ଡିଏସ୍‌ପି ଏବଂ ତାଙ୍କ ପୁଅଙ୍କ ବିରୋଧରେ ଏତଲା ରୁଜୁ କରାଯାଇଛି। ସୂଚନାଯୋଗ୍ୟ, ତେଲେଙ୍ଗାନାର ଭଦ୍ରାଦି କୋଠାଗୁଡେମର ଡିଏସ୍‌ପିଙ୍କ ପୁଅ ମାର୍ଚ୍ଚ ୧୮ରେ ଲଣ୍ଡନରୁ ଫେରିଥିଲେ। ଏନେଇ ସେ ସ୍ବାସ୍ଥ୍ୟ ବିଭାଗକୁ ଜଣାଇ ନ ଥିବା ବେଳେ କିଛି ଦିନ ତଳେ ଉକ୍ତ ଡିଏସ୍‌ପିଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏହାପରେ ତାଙ୍କ ପୁଅଙ୍କୁ ମଧ୍ୟ ଯାଞ୍ଚ କରାଯାଇଥିଲା। ପୁଅ ସହ ଘରେ କାମ କରୁଥିବା ମହିଳାଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ଏହାପରେ ପ୍ରଶାସନ ପକ୍ଷରୁ ଆଖପାଖ ଅଞ୍ଚଳଗୁଡ଼ିକରେ ରହୁଥିବା ଲୋକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇ ସେମାନଙ୍କର ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?