ପୁଅ ହତ୍ୟାକାରୀଙ୍କୁ ଗିରଫ ଦାବି ଅତିରିକ୍ତ ଏସ୍‌ପିଙ୍କୁ ଭେଟିଲେ ମା’

ଛତ୍ରପୁର,୨୦ା୮(ଡି.ଏନ.ଏ)-କବିସୂର୍ଯ୍ୟନଗର ଥାନା ଆଠଗଡପାଟଣା ଗ୍ରାମର ଶୋଭା ସେଠୀ ସୋମବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଆସି ତାଙ୍କ ସାନପୁଅର ହତ୍ୟାକାରୀଙ୍କୁ ଗିରଫ କରିବା ପାଇଁ ଦାବି କରିଛନ୍ତି। ସାନପୁଅ ପ୍ରଶାନ୍ତଙ୍କୁ ହତ୍ୟା କରାଯାଇଛି। ଏହାର ଠିକ୍‌ ଭାବେ ତଦନ୍ତ କରି ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ଏସ୍‌ପିଙ୍କ ଅନୁପସ୍ଥିତିରେ ଅତିରିକ୍ତ ଏସ୍‌ପି ପତିତପାବନ ଚୌଧୁରୀଙ୍କୁ ଭେଟି ଶୋଭା ଅନୁରୋଧ କରିଛନ୍ତି। ଶୋଭା କହିଛନ୍ତି ଯେ, ୨୦୧୮ ଡିସେମ୍ବର ୨୪ ତାରିଖରେ ସାନପୁଅ ପ୍ରଶାନ୍ତ ଅର୍ଜୁନପଲ୍ଲୀ ଗାଁରେ ସରକାରୀ ମହୁଲି ମଦ ବିକ୍ରି କରୁଥିବା ବେଳେ ତାଙ୍କୁ କେତେଜଣ ଲୋକ ମାଡମାରି ରକ୍ତାକ୍ତ କରି ଦେଇଥିଲେ ା ପରେ ସ୍ଥାନୀୟ ଲୋକେ ପ୍ରଶାନ୍ତଙ୍କୁ ଉଦ୍ଧାର କରି କବିସୂର୍ଯ୍ୟନଗର ଡାକ୍ତରଖାନାକୁ ନେଇଥିଲେ ା ଚିକିସତ୍ା ପରେ ପ୍ରଶାନ୍ତଙ୍କୁ ଘରକୁ ଅଣାଯିବା ପରଦିନ ସେ ପୁଣି ଅସୁସ୍ଥ ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲା। ଏହାର ୭ ଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତଙ୍କ ମୃତ୍ୟୁ ଘଟିଥିଲା ା ଭାଇଙ୍କୁ ହତ୍ୟା କରାଯାଇଥିବା ଏବଂ ଏଥିରେ ସମ୍ପୃକ୍ତଙ୍କ ସମ୍ପର୍କରେ ସୁରଟରେ ରହୁଥିବା ପ୍ରଶାନ୍ତଙ୍କ ଭଉଣୀ କେତେଜଣଙ୍କଠାରୁ ଶୁଣିବା ପରେ ଓଡିଶା ଆସି ମା’ଙ୍କୁ କହିଥିଲେ ା ପରେ ପ୍ରଶାନ୍ତଙ୍କ ବଡ଼ ଭାଇ, ଭଉଣୀ ଓ ମା’ ଛତ୍ରପୁର ଆସି ଘଟଣା ସମ୍ପର୍କରେ ଅତିରିକ୍ତ ଏସପିଙ୍କୁ ଜଣାଇଛନ୍ତି। ପୁରୁଷୋତ୍ତମପୁର ଏସଡିପିଓ ମଙ୍ଗଳବାର ପ୍ରଶାନ୍ତଙ୍କ ଭଉଣୀଙ୍କ ବୟାନ ରେକର୍ଡ କରିବେ ଏବଂ ଏହାପରେ ଘଟଣାର ପୁନଃ ତଦନ୍ତ ହେବ ବୋଲି ଅତିରିକ୍ତ ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri