ପୁଅକୁ କଥକ ଶିଖାଉଛନ୍ତି ମାଧୁରୀ

ମୁମ୍ବାଇ: କରୋନା ଭାଇରସ ଯୋଗୁ ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବାରୁ ଏବେ ସମସ୍ତେ ପ୍ରାୟ ଘରେ ସମୟ କାଟୁଛନ୍ତି। ବଲିଉଡ ସେଲିବ୍ରିଟିମାନେ ମଧ୍ୟ ଏବେ ଘରେ ରହି ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ନିକଟରେ ବଲିଉଡ୍‌ ଧକ୍‌ଧକ୍‌ ଗର୍ଲ ମାଧୁରୀ ଦିକ୍ଷିତ ଏମିତି ଏକ ଭିଡିଓ ଶେୟାର କରିଛନ୍ତି ଯାହା ତାଙ୍କ ପ୍ରଶଂସକଙ୍କ ମନକୁ ପାଇଛି। ଏଥିରେ ମାଧୁରୀ ତାଙ୍କ ପୁଅକୁ କଥକ ନୃତ୍ୟ ଶିଖାଉଥିବା ଦେଖାଯାଇଛି। ବଲିଉଡ୍‌ର ଜଣେ ଭଲ ଡ୍ୟାନ୍ସର ଭାବେ ଦର୍ଶକଙ୍କ ବେଶ୍‌ ପସନ୍ଦ ମାଧୁରୀ। ଏବେ ସେ ଜଣେ ଭଲ ଶିକ୍ଷୟିତ୍ରୀ ଭାବେ ନିଜ ପୁଅକୁ ନୃତ୍ୟ ଶିଖାଉଥିବା ଦେଖାଯାଇଛି।

ନିଜେ ପାଦରେ ଘୁଙ୍ଗୁର ବାନ୍ଧିବା ସହ ଯେଉଁ ଷ୍ଟେପ ଦେଖାଉଛନ୍ତି ପୁଅ ମଧ୍ୟ ଜଣେ ଭଲ ଛାତ୍ର ଭାବେ ଏହାକୁ ରିପିଟ୍‌ କରୁଥିବା ଦେଖାଯାଇଛି। ନୃତ୍ୟ ମାଧୁରୀଙ୍କ ପ୍ରଥମ ପସନ୍ଦ ବୋଲି କୁହାଯାଉଥିବା ବେଳେ ସେ ତାଙ୍କ ପରିବାରକୁ ମଧ୍ୟ ସେତିକି ଭଲ ପାଆନ୍ତି ବୋଲି କୁହାଯାଏ। ଏବେ ଅବସର ସମୟ ମିଳିଥିବାରୁ ସେ ପିଲାମାନଙ୍କ ସହ ସମୟ କାଟୁଥିବା ନଜର ଆସିଛି। ଏହି ଭିଡିଓକୁ ତାଙ୍କ ପ୍ରଶଂସକମାନେ ଖୁବ୍‌ ପସନ୍ଦ କରିଥିବା ବେଳେ ଏହାକୁ ନେଇ ଭିନ୍ନ ଭିନ୍ନ କମେଣ୍ଟ ଆସୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri