ପୁଅଙ୍କ ଏମ୍‌ବିବିଏସ୍‌ ଫଳକ ଲଗାଇ ବାପା କରୁଛନ୍ତି ଚିକିତ୍ସା, ନକଲି ଔଷଧ ପ୍ରସ୍ତୁତ କରି ଚାଲିଛି ରୋଗୀଙ୍କୁ ଶୋଷଣ

ଗୋପାଳପୁର,୯।୧-ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଭିତ୍ତିଭୂମିର ବିକାଶ କରୁଛନ୍ତି। ରୋଗୀଙ୍କୁ ଯେଭଳି ଉତ୍ତମ ଚିକିତ୍ସା ସେବା ଯୋଗାଇ ଦିଆଯାଇପାରିବ ସେନେଇ କେନ୍ଦ୍ର ଓ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିବା ସହ ସମୀକ୍ଷା ମଧ୍ୟ କରୁଛନ୍ତି। ଏସବୁ ସତ୍ତ୍ୱେ ଏଥିରେ ସୁଧାର ଆସୁନାହିଁ। ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ଡାକ୍ତର ଓ କର୍ମଚାରୀଙ୍କ ଅଭାବ ରହୁଛି। ଫଳରେ ରୋଗୀ ନକଲି ଡାକ୍ତରଙ୍କ ଦ୍ବାରା ଶୋଷଣର ଶିକାର ହେଉଛନ୍ତି। ଏଥିସହ ରୋଗୀଙ୍କ ଜୀବନ ପ୍ରତି ବିପଦ ମଧ୍ୟ ରହୁଥିବା ନଜିର ରହିଛି। ଏହିଭଳି ଏକ ଘଟଣାକ୍ରମରେ ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ୁଥିବା ଜଣାପଡ଼ିଛି। ଏହି ଥାନା ଅନ୍ତର୍ଗତ ସୋରଳ ଜଙ୍କଶନ ନିକଟ ଜାଗପୁର ରାସ୍ତାରେ ଏକ ବେଆଇନ କ୍ଲିନିକ ଗଢ଼ି ଉଠିଛି। ଏହି କ୍ଲିନିକରେ ଜନୈକ ବ୍ୟକ୍ତି ଏମ୍‌ବିବିଏସ୍‌ ଫଳକ ଲଗାଇଥିବା ବେଳେ ତାଙ୍କ ବାପା କୌଣସି ଅଭିଜ୍ଞତା ନ ଥାଇ ଡାକ୍ତର ପରିଚୟ ଦେଇ ଦୀର୍ଘବର୍ଷ ହେଲା ରୋଗୀଙ୍କୁ ଚିକିତ୍ସା କରୁଥିବା ଅଭିଯୋଗ ହୋଇଛି। ଏପରିକି ଉକ୍ତ କ୍ଲିନିକରେ ନାଟ୍ୟ କଳାକାର ଓ ଅନଭିଜ୍ଞ ଅଶିକ୍ଷିତ ଯୁବକମାନେ ରୋଗୀଙ୍କୁ ଇଞ୍ଜେକଶନ, ସାଲାଇନ ଦେବା ସହ ଷ୍ଟିଚିଙ୍ଗ କରୁଥିବା ଜଣାପଡ଼ିଛି। ସେଠାରେ ପାଥୋଲୋଜି ଖୋଲାଯାଇ ବିଭିନ୍ନ ପରୀକ୍ଷା ମଧ୍ୟ କରାଯାଉଛି । ଏହା ବ୍ୟତୀତ କ୍ଲିନିକରେ ରୋଗୀଙ୍କୁ ନିମ୍ନମାନର ଔଷଧ ପ୍ରଦାନ କରି ମୋଟା ଅଙ୍କର ଟଙ୍କା ଆଦାୟ କରୁଥିବା ବେଳେ ସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ସହ ଭିତିରିଆ ସମ୍ପର୍କ ରଖୁଥିବା ନେଇ ସାଧାରଣରେ ଆଲୋଚନା ହେଉଛି। କ୍ଲିନିକରେ ଏକ ଇନଡୋର ଖୋଲି ବେଡ ପକାଇ ରୋଗୀଙ୍କୁ ଅସ୍ତ୍ରୋପଚାର ଓ ବିଭିନ୍ନ ଚିକିତ୍ସା ମଧ୍ୟ କରାଯାଉଛି। ଡାକ୍ତର ପରିଚୟ ଦେଉଥିବା ବ୍ୟକ୍ତି ଜଣକ ଭିଟାମିନ ଓ କ୍ୟାଲସିୟମ ଔଷଧ ନିଜେ ପ୍ରସ୍ତୁତ କରୁଛନ୍ତି। ଏପରିକି ଔଷଧ ଖୋଳରେ ନିଜର ଫଟୋ ଲଗାଇ ରୋଗୀଙ୍କୁ ସେହି ଔଷଧ ପ୍ରଦାନ କରୁଛନ୍ତି। ଉକ୍ତ ରାସ୍ତାରେ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ ଓ ଜନପ୍ରତିନିଧିମାନେ ଯାତାୟାତ କରୁଥିଲେ ମଧ୍ୟ କିଭଳି ସେମାନଙ୍କ ଦୃଷ୍ଟି ପଡ଼ୁନି ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଏ ସମ୍ପର୍କରେ ଗଞ୍ଜାମ ସିଡିିଏମ୍‌ଓ ଡା. ବିଜୟ କୁମାର ପାଣିଗ୍ରାହୀଙ୍କ ସହ ଯୋଗାଯୋଗ କରିବାରୁ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାରେ ବେଆଇନ କ୍ଲିନିକରେ ଚଢ଼ାଉ ଜାରି ରହିଛି ବୋଲି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri