ପୁଅର ମୃତଦେହ ଗାଁକୁ ଆଣିବା ପାଇଁ ଜିଲାପାଳଙ୍କୁ ନିବେଦନ କଲେ ପରିବାର ଲୋକେ

ସୋରଡ଼ା,୧୧ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ହୁକୁମା ପଞ୍ଚାୟତ ନୂଆଗାଁ ଗ୍ରାମର ଅଜୟ ମଲିକଙ୍କ ପୁଅ ରଞ୍ଜନ (୨୭) ତାମିଲନାଡୁର କୋଏମ୍ବାଟୁରର ପେରିୟାନାଇକେନପାଲୟମ ଥାନା ଅଞ୍ଚଳର ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଗୁରୁବାର ସେଠାରେ ନିଜ ବାସସ୍ଥଳୀରେ ବିଶ୍ରାମ ନେଉଥିବା ବେଳେ ରାତିରେ କୌଣସି ବିଷାକ୍ତ ଜନ୍ତୁ କାମୁଡ଼ି ଦେବାରୁ ଅସୁସ୍ଥ ଅନୁଭବ କରିଥିଲେ। ସେଠାରେ ଥିବା ତାଙ୍କ ବନ୍ଧୁମାନେ ରଞ୍ଜନଙ୍କୁ ନିକଟସ୍ଥ ମେଡିକାଲ ନେଇଥିଲେ। ଶୁକ୍ରବାର ମଧ୍ୟରାତ୍ରରେ ରଞ୍ଜନଙ୍କ ମୃତ୍ୟୁ ଘଟିଥିବା ସମ୍ପର୍କୀୟଙ୍କ ପାଖକୁ ଖବର ଆସିଥିଲା । ଶନିବାର ସକାଳୁ ସମାଜସେବୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ସମ୍ପର୍କୀୟମାନେ ଯୋଗାଯୋଗ କରି ମୃତଦେହ ନିଜ ଗ୍ରାମକୁ ଆଣିବା ପାଇଁ ସହଯୋଗ ମାଗିଥିଲେ। ଉପଖଣ୍ଡ ଶ୍ରମ ବିଭାଗ ଓ ଜିଲା ପ୍ରଶାସନକୁ ଏ ସମ୍ପର୍କରେ ଅବଗତ କରାଇବା ସହ ମୃତଦେହ ଆଣିବା ଲାଗି ଅନୁରୋଧ କରିଥିଲେ। ଖୋଦ ଜିଲାପାଳ ଏଥିରେ ତତ୍ପରତା ପ୍ରକାଶ କରିଥିବା ଜଣାପଡ଼ିଛି। ସେଠାରେ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ପେରିୟାନାଇକେନପାଲୟମ ଥାନା ଓ ସେଠାକାର ପ୍ରଶାସନ ସହ କଥାବାର୍ତ୍ତା ଚାଲିଛି । ଅନ୍ୟପଟେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଆଇନଜୀବୀ ପ୍ରଦୀପ ଶେଖର ପାଳ ପରିବାର ସମ୍ପର୍କୀୟମାନଙ୍କୁ ଧୈର୍ଯ୍ୟ ଧରିବାକୁ ଆଶ୍ୱାସନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ...

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ...

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା...

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା।...

ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri