ପୁଇଗୁଡ଼ା ଘାଟିରେ ଓଲଟିଲା ଅଟୋ, ୮ ଆହତ

ଦାରିଙ୍ଗବାଡ଼ି,୨୨।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୁଇଗୁଡ଼ା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ପ୍ରଥମେ ବ୍ରାହ୍ମଣୀଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ରାଜେଶ ଦଳେଇ, ଦୀପକ ବଳିଆରସିଂ ଏବଂ ଗୋପୀନାଥ ପାତ୍ରଙ୍କ ଅବସ୍ଥା ଗୁରୁତର ହୋଇଥିବାରୁ ବ୍ରହ୍ମପୁର ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ବ୍ରାହ୍ମଣୀଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା ସହ ଅଟୋକୁ ଜବତ କରିଛି। ଏନେଇ କେସ ନଂ. ୧୨/୨୦ରେ ଏକ ମାମଲା ରୁଜୁ କରି ପୋଲିସ ଅଧିକ ତଦନ୍ତ କରୁଥିବା ଥାନାଧିକାରୀ ରଞ୍ଜିତ ମୁନୀ କହିଛନ୍ତି।
ସୂଚନାଯୋଗ୍ୟ, ଅଟୋ ନଂ.(ଓଡି-୦୭-ବି-୪୬୩୩)ରେ ଯାତ୍ରୀମାନେ ବ୍ରାହ୍ମଣୀଗାଁଠାରୁ ଗଦାପୁର ଅଭିମୁଖେ ଯାଉଥିଲେ। ପୁଇଗୁଡ଼ା ଘାଟିରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri