ପୁଞ୍ଜିପତିଙ୍କୁ ସୁହାଉଛି କୃଷି ନୀତି, ଋଣଗ୍ରସ୍ତ ହୋଇ ଚାଷୀ ଆପଣାଉଛନ୍ତି…

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସାୟଂ ଖେଳ ପଡ଼ିଆରେ ସୋମବାର ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ ରବିବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ରମେଶ ମହାପାତ୍ର, ଅଜିତ ଶତପଥୀ, ଉତ୍ପନ୍ନ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ଖବରଦାତା ସମ୍ମିଳନୀରେ ସେମାନେ କହିଥିଲେ, ବର୍ତ୍ତମାନ ସରକାରମାନଙ୍କ କୃଷିନୀତି ସମ୍ପୂର୍ଣ ଭାବରେ କମ୍ପାନୀ ଓ ପୁଞ୍ଜିପତିମାନଙ୍କୁ ସୁହାଉଛି। ଅନ୍ୟପକ୍ଷରେ ଯେଉଁ କୃଷକଙ୍କ ପାଇଁ ନୀତି ପ୍ରସ୍ତୁତ କରାଯାଉଛି, ସେମାନେ ଦିନକୁ ଦିନ ଗରିବ ଋଣଗ୍ରସ୍ତ ହୋଇ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଉଛନ୍ତି। କମ୍ପାନୀମାନଙ୍କ ଲକ୍ଷ ଲକ୍ଷ କୋଟି ଟଙ୍କା ଛାଡ଼ କରାଯାଉଥିବା ବେଳେ ଚାଷୀମାନଙ୍କ ଋଣ ଛାଡ଼ କଲେ ସରକାର ଦେବାଳିଆ ହୋଇଯିବ ବୋଲି ସରକାର କହୁଛନ୍ତି। ଅନ୍ୟପକ୍ଷରେ ପୁଞ୍ଜିପତିମାନେ ଯେତିକି ଟଙ୍କା ଋଣ ପରିଶୋଧ ନ କରି ବିଦେଶକୁ ପଳାୟନ କରିଛନ୍ତି, ସେତିକି ଟଙ୍କା ଋଣ ଚାଷୀମାନେ ନେଇ ନାହାନ୍ତି। କିନ୍ତୁ ଅନ୍ନଦାତା ବୋଲାଉଥିବା ଚାଷୀକୁଳ ପାଇଁ ଅମୃତକାଳରେ କେବଳ ବିଷ ମିଳୁଛି ବୋଲି ସଂଯୁକ୍ତ କୃଷକ ସଂଗଠନ ଉପଦେଷ୍ଟା ମଣ୍ଡଳୀ ଅଭିଯୋଗ କରିଛି। ସଂଗଠନର ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ଭୋଇ କହିଥିଲେ, ସରକାରମାନେ ଅଧିକ ଅମଳ ପାଇଁ ଉନ୍ନତ ବିହନ, ରାସାୟନିକ ସାର ଓ ଅତ୍ୟାଧୁନିକ ଯନ୍ତ୍ରପାତି ବ୍ୟବହାର ପାଇଁ ପ୍ରୋତ୍ସାହିତ କରୁଥିବା ସ୍ଥଳେ ଚାଷୀମାନଙ୍କ ବିନିଯୋଗ ଅର୍ଥ ତୁଳନାରେ ବିକ୍ରି ମୂଲ୍ୟ କମ୍‌ ମିଳୁଛି। ଚାଷୀମାନଙ୍କ ଉତ୍ପାଦିତ ସମସ୍ତ ଫସଲକୁ ସରକାର କ୍ରୟ ନ କରି ଏକ ତୃତୀୟାଂଶ କିଣୁଛନ୍ତି । ଯଦ୍ୱାରା ବଳକା ଶସ୍ୟକୁ ଚାଷୀ ଦଲାଲ ଏବଂ ବେପାରୀମାନଙ୍କୁ କମ ମୂଲ୍ୟରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ବଜାର ବ୍ୟବସ୍ଥା, ଭିତ୍ତିଭୂମି ଓ ଶୀତଳ ଭଣ୍ଡାର ଅଭାବରୁ ଚାଷୀ କ୍ଷତିଗ୍ରସ୍ତ ଓ ଶୋଷଣର ଶିକାର ହେଉଛନ୍ତି। ବରଗଡ଼ ଜ଼ିଲାର ୧୨ ବ୍ଲକ ମଧ୍ୟରୁ ୪ ବ୍ଲକ ସମ୍ପୂର୍ଣ୍ଣ ଜଳସେଚିତ ହୋଇଥିବା ବେଳେ ୮ବ୍ଲକ ଅଣ ଜଳସେଚିତ ଓ କ୍ରମାଗତ ମରୁଡିର ସମ୍ମୁଖୀନ ହୁଅନ୍ତି। ଠିକ ସମୟରେ ଫସଲବୀମା ପଇସା ନ ପାଇ ଚାଷୀମାନେ ଆନ୍ଦୋଳନ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଲିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri