ପୁଞ୍ଜିଲାଲଙ୍କ ଅଡୁଆ ବଢ଼ିଲା

କଟକ ଅଫିସ,୧୮ା୧: ବଲାଙ୍ଗୀର ଜିଲା ପାଟଣାଗଡ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଇଁ ଅଡୁଆ ବଢିଛି। ପୁଞ୍ଜିଲାଲଙ୍କ ଜାମିନ ପାଇଁ ତାଙ୍କ ଓକିଲ ହାଇକୋର୍ଟ ଆସିଛନ୍ତି। ବିଚାରପତି ଜଷ୍ଟିସ ଅକ୍ଷୟ କୁମାର ମିଶ୍ର ଏହି ଜାମିନ ଆବେଦନର ଶୁଣାଣି ପାଇଁ ଶୁକ୍ରବାର ମନା କରିଦେଇଛନ୍ତି। ଏଥିପୂର୍ବରୁ ପୁଞ୍ଜିଲାଲଙ୍କ ଓକିଲ ନିୟମିତ ଜାମିନ ପାଇଁ ହାଇକୋର୍ଟ ଆସିଥିଲେ। ମାତ୍ର ଜାମିନ ଆବେଦନର ଶୁଣାଣି କରି ବିଚାରପତି ଜଷ୍ଟିସ ସଙ୍ଗମ କୁମାର ସାହୁ ପୁଞ୍ଜିଲାଲଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଥିଲେ। ତେଣୁ ଜାମିନ ଆବେଦନର ଶୁଣାଣି ପ୍ରଥମେ ଯେଉଁ କୋର୍ଟରେ ହୋଇଥିଲା ଉକ୍ତ କୋର୍ଟରେ ଏହାର ପୁନର୍ବାର ଶୁଣାଣି ପାଇଁ ଜଷ୍ଟିସ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଥାଉ କି, ଏହି ସମ୍ବେଦନଶୀଳ ଘଟଣା ୨୦୧୮ ଫେବୃୟାରୀ ୨୩ ତାରିଖରେ ଘଟିଥିଲା। ପାଟଣାଗଡ଼ ଅଞ୍ଚଳର ନବବିବାହିତ ସୌମ୍ୟଶେଖର ସାହୁଙ୍କ ପାଖକୁ ଏକ ପାର୍ସଲ ଆସିଥିଲା। ଏହି ପାର୍ସଲ ଖୋଲିବା ମାତ୍ରେ ତାହା ବିସ୍ଫୋରଣ ହୋଇଥିଲା। ଏଥିରେ ସୌମ୍ୟ ଓ ତାଙ୍କ ଜେଜେମା’ ଜେମାମଣିଙ୍କର ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ରିମା ଗୁରୁତର ହୋଇଥିଲେ। ଉକ୍ତ ଘଟଣାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ୨୦୧୮ ଏପ୍ରିଲ ୨୫ରେ ପୁଞ୍ଜିଲାଲଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପରିବାରର ‘ଦୁଇ ଭାଇଙ୍କ ମଧ୍ୟରେ ଲଢେଇ’ ଫିଫା ବିଶ୍ୱକପ ୨୦୨୬ ଫାଇନାଲ; ୯୬ ବର୍ଷ ପରେ ବିରଳ ସଂଯୋଗ…

ନ୍ୟୁୟର୍କ,୧୯।୭: ଫିଫା ବିଶ୍ୱକପ 2026 ଫାଇନାଲ ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ଖେଳାଯିବାକୁ ଯାଉଛି। ଏହି ଟାଇଟଲ ମୁକାବିଲା ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ଏକ…

ବିଦ୍ରୋହୀ ଟିଏମସି ଏମପିଙ୍କୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯିବାକୁ ନେଇ ବିରୋଧୀ କ୍ଷୁବ୍ଧ

ନୂଆଦିଲ୍ଲୀ,୧୯।୭: ସଂସଦୀୟ ଅଧିବେଶନ ପୂର୍ବରୁ ଡକାଯାଇଥିବା ସର୍ବଦଳୀୟ ବୈଠକରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ଏମପିମାନଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ

ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

ଆମେରିକା ସହିତ ସମସ୍ତ ଚୁକ୍ତିନାମା ବାତିଲ ଘୋଷଣା କରିଛି ଇରାନ, କହିଛି MOUର ଅଧ୍ୟାୟ ଏବେ ସମ୍ପୂର୍ଣ୍ଣ ବନ୍ଦ

ତେହରାନ,୧୯।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତି ଚୁକ୍ତିନାମା ଶନିବାର ସମ୍ପୂର୍ଣ୍ଣ ଭାବରେ ବାତିଲ ହୋଇଗଲା। ପାକିସ୍ତାନ ଦ୍ୱାରା ମଧ୍ୟସ୍ଥତା କରାଯାଇଥିବା ଏହି ଚୁକ୍ତିନାମା – ଇସଲାମାବାଦ…

‘ଡୋନାଲ୍ଡ ଟ୍ରମ୍ପ ଜଣେ ମହାନ ଶୈତାନ,’ ମୋଜତାବା ଖାମେନେଇ କହିଲେ – ‘ତାଙ୍କ ଦସ୍ତଖତ ସମ୍ପୂର୍ଣ୍ଣ ମୂଲ୍ୟହୀନ’

ତେହରାନ,୧୯।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ମୋଜତାବା ଖାମେନେଇ ଶନିବାର ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବଡ଼ ଆକ୍ରମଣ ଆରମ୍ଭ କରି ତାଙ୍କୁ ‘ମହାନ ଶୈତାନ’ ବୋଲି ଆଖ୍ୟା…

ପାକିସ୍ତାନର ପୋଲ୍‌ ଖୋଲିଲେ ନିଆଜି! ଅପରେଶନ ସିନ୍ଦୂରକୁ ନେଇ ବଡ଼ଦାବି କଲେଣି ଇମ୍ରାନଙ୍କ ଭଉଣୀ

ଇସଲାମାବାଦ,୧୯।୭: ‘ଅପରେଶନ ସିନ୍ଦୂର’ ସମୟରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ଭାରତୀୟ କ୍ଷେପଣାସ୍ତ୍ର ସାମ୍ନାରେ ପାକିସ୍ତାନୀ ସେନା ଆତ୍ମସମର୍ପଣ କରିବାକୁ ବସିଥିଲା। ଏହି ପରିପ୍ରେକ୍ଷୀରେ, ପୂର୍ବତନ ପାକିସ୍ତାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri