ପୁଟିନ୍‌ଙ୍କ ମାଷ୍ଟର ପ୍ଲାନ୍‌: ୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ରହିବା ପାଇଁ ଯୋଜନା

ମସ୍କୋ,୨୨।୬: ରୁଷ୍‌ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ ୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ରହିବା ପାଇଁ ମାଷ୍ଟର ପ୍ଲାନ୍‌ କରିଛନ୍ତି। ତାଙ୍କର କାର୍ଯ୍ୟକାଳ ବୃଦ୍ଧି ଲାଗି ସମ୍ବିଧାନ ସଂଶୋଧନର ଆବଶ୍ୟକତା ରହିଛି। ସରକାରଙ୍କ ଏହି ପ୍ରସ୍ତାବ ଉପରେ ଦେଶବ୍ୟାପୀ ଜନସାଧାରଣ ଜୁନ୍‌ ୨୫ରୁ ଜୁଲାଇ ୧ ମଧ୍ୟରେ ମତଦାନ କରିବେ। ମତଦାତା ଏହି ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଏହାକୁ ମଞ୍ଜୁର କଲେ ପୁଟିନ ୨୦୩୬ ପର୍ଯ୍ୟନ୍ତ କ୍ଷମତାରେ ରହିପାରିବେ ବୋଲି ଏକ ସାକ୍ଷାତ୍‌କାରରେ ସୂଚନା ଦେଇଛନ୍ତି। ବର୍ତ୍ତମାନ ୨୦୨୪ ପର୍ଯ୍ୟନ୍ତ ପୁଟିନ୍‌ କ୍ଷମତାରେ ଅଛନ୍ତି। ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଲେ ପୁଟିନ ୨ଟି କାର୍ଯ୍ୟକାଳ ପୁଣି ଶାସନ କରିବେ। ପ୍ରତି କାର୍ଯ୍ୟକାଳର ସମୟ ସୀମା ୬ ବର୍ଷ ରହିଛି। ଏହି ପ୍ରସ୍ତାବକୁ ସଂସଦ ଏବଂ ସାମ୍ବଧାନିକ ନ୍ୟାୟାଳୟର ସ୍ବୀକୃତି ମିଳି ସାରିଛି। ଏହା ଉପରେ ଏବେ ଜନସାଧାରଣଙ୍କର ମତର ଆବଶ୍ୟକତା ରହିଛି। ଏହି ମତଦାନ ମେ ୨୨ରୁ ଆରମ୍ଭ ହେବାର ଥିଲା। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହାକୁ ଘୁଞ୍ଚାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri