୩ ଆଇପିଏସ୍‌ଙ୍କୁ ପଦୋନ୍ନତି, ମିଳିଲା ଡିଜି ପାହ୍ୟା

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟ ସରକାର ଶନିବାର ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୩ଜଣ ବରିଷ୍ଠ ଆଇପିଏସ୍‌ ସତ୍ୟଜିତ ମହାନ୍ତି, ମନୋଜ କୁମାର ଛାବ୍ରା ଏବଂ ସୁରେନ୍ଦ୍ର ପନଓ୍ବାରଙ୍କୁ ଡିଜି ପାହ୍ୟାଙ୍କୁ ପଦୋନ୍ନତି ଦିଆଯାଇଛି।

ପ୍ରକାଶଯୋଗ୍ୟ, ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍‌ସ୍ତରରେ ଏକ ଅଦଳବଦଳ କରିଥିଲେ। ୧୯୮୯ ବ୍ୟାଚ ଆଇଏଏସ୍‌ ପ୍ରଦୀପ କୁମାର ଜେନା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ହୋଇଛନ୍ତି। ତାଙ୍କୁ ଅତିରିକ୍ତ ଭାବେ ଏସଆର୍‌ସି ଓ ଓସ୍‌ଡମା ଏମ୍‌ଡି ଦାୟିତ୍ୱ ଦିଆଯାଇଛି। ୧୯୮୯ ବ୍ୟାଚ ଆଇଏଏସ୍‌ ଡକ୍ଟର ମୋନା ଶର୍ମା ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ସଚିବ ହୋଇଛନ୍ତି। ୧୯୯୦ ବ୍ୟାଚ ଆଇଏଏସ ସଞ୍ଜୀବ ଚୋପ୍ରା ହେଲେ ଗୃହ ବିଭାଗର ପ୍ରମୁଖ ସଚିବ। ଚୋପ୍ରାଙ୍କୁ ଅତିରିକ୍ତ ଭାବେ ସାଧାରଣ ପ୍ରଶାସନ ବିଭାଗ ଦାୟିତ୍ୱ ଦିଆଯାଇଛି। ସେହିପରି ୧୯୯୧ ବ୍ୟାଚ ଆଇଏଏସ୍‌ ଡକ୍ଟର ସୌରଭ ଗର୍ଗଙ୍କୁ ଅତିରିକ୍ତ ଭାବେ ସିଏମ୍‌ଡି, ଗ୍ରିଡ୍‌କୋ, ଓପିଟିସିଏଲ୍‌ ଏବଂ ସିଇଓ ଓସିପିଏଲ୍‌ ଦାୟିତ୍ୱ ମିଳିଛି। ଡକ୍ଟର ଗର୍ଗ ଏବେ କୃଷି ବିଭାଗର ପ୍ରମୁଖ ସଚିବ ଅଛନ୍ତି।୧୯୯୫ ବ୍ୟାଚ୍‌ ଆଇଏଏସ୍‌ ହେମନ୍ତ ଶର୍ମା ହେଲେ ଶିଳ୍ପ ସଚିବ ଶର୍ମାଙ୍କୁ ଅତିରିକ୍ତ ଭାବେ ଏମଏସ୍‌ଏମ୍‌ଇ ଓ ଇପିକଲର ସିଏମ୍‌ଡି ଦାୟିତ୍ୱ ଦିଆଯାଇଛି। ୧୯୯୫ ବ୍ୟାଚ ଆଇଏଏସ ବିଷ୍ଣୁ ପଦ ସେଠୀ ହେଲେ ଶକ୍ତି ସଚିବ। ସେଠୀଙ୍କୁ ଅତିରିକ୍ତ ଭାବେ ଓଏଚ୍‌ପିସିର ସିଏମ୍‌ଡି ଦାୟିତ୍ୱ ମିଳିଛି। ୧୯୯୫ ବ୍ୟାଚ ଆଇଏଏସ୍‌ ଚିତ୍ରା ଅରୁମୁଗମ ହେଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ। ୧୯୯୮ବ୍ୟାଚ ଆଇଏଏସ ବିଶାଳ ଗଗନ ନେଲେ ଜଳ ସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ୱ। ଗଗନ ଏବେ ଜଳସମ୍ପଦ ବିଭାଗର ସ୍ବତନ୍ତ୍ର ସଚିବ ପଦରେ ଅଛନ୍ତି। ୨୦୦୭ ବ୍ୟାଚ ଆଇଏଏସ୍‌ ଅରବିନ୍ଦ ଅଗ୍ରୱାଲଙ୍କୁ ଅତିରିକ୍ତ ଭାବେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି। ଅଗ୍ରୱାଲ ସମାଜ କଲ୍ୟାଣ ନିର୍ଦ୍ଦେଶକ ସହିତ ମହିଳା ବିକାଶ ସମବାୟ ନିଗମ ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri