ପୁଣି ଇଭିଏମ୍‌ ଦୋଷ: ପ୍ରଶ୍ନ ଉଠାଇଲେ ବିରୋଧୀ

ମୁମ୍ବାଇ/ଲକ୍ଷ୍ନୌ,୨୪।୪(ପି.ଟି.): ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଚାଲିଥିବାବେଳେ ଦେଶର ବିଭିନ୍ନ ସ୍ଥାନରେ ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ୍‌ (ଇଭିଏମ୍‌)ରେ ତ୍ରୁଟି ଦେଖାଦେଇଛି। ଏହାକୁ ନେଇ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର ଏବଂ ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଇଭିଏମ୍‌କୁ ଦୋଷ ଦେଇ କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି।
ଏନ୍‌ସିପି, ଟିଡିପି, ଟିଏମ୍‌ସି, ଏଏପି, ସିପିଆଇ, ସିପିଆଇଏମ୍‌ ଏବଂ ଡିଏମ୍‌କେ ପକ୍ଷରୁ ଆୟୋଜିତ ଏକ ମିଳିତ ଖବରଦାତା ସମ୍ମିଳନୀରେ ପାଓ୍ବାର କହିଛନ୍ତି, ଦେଶବାସୀ ମୋଦିଙ୍କ ନେତୃତ୍ୱାଧୀନ ସରକାରକୁ ହଟାଇ ନୂଆ ସରକାର ଗଠନ ପାଇଁ ଚାହୁଁଛନ୍ତି। କିନ୍ତୁ ଇଭିଏମ୍‌ରେ ହେରଫେର ହେଉଛି ଚିନ୍ତାର ବିଷୟ। ସେହିପରି ଭାଜପା କେବଳ ଚାଲବାଜି କରି ଭୋଟ ହାତଉଛି ବୋଲି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ସମାଲୋଚନା କରିଛନ୍ତି। ଏଏପି ନେତା ସଞ୍ଜୟ ସିଂ କହିଛନ୍ତି, ଯେଉଁ ବଟନ ଦବାଇଲେ ଭାଜପାକୁ ଭୋଟ ଯାଉଛି। ନିର୍ବାଚନ କମିଶନ ଏସବୁ ଜାଣି ଧୃତରାଷ୍ଟ୍ରଙ୍କ ଭଳି ଅଭିନୟ କରୁଛନ୍ତି। ଉତ୍ତରପ୍ରଦେଶର ୮୦ ଲୋକ ସଭା ଆସନରୁ ୧୦ଟିରେ ଭୋଟଗ୍ରହଣ କରାଯାଇଛି। ଅନେକ ବୁଥ୍‌ରେ ଇଭିଏମ୍‌ ଅଚଳ ହୋଇଯାଇଥିବାରୁ ମତଦାନ ବାଧାପ୍ରାପ୍ତ ହୋଇଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ କହିଛନ୍ତି, ଡିଜିଟାଲ ଇଣ୍ଡିଆରେ ଏତେସଂଖ୍ୟକ ଇଭିଏମ୍‌ କାହିଁକି ଖରାପ ହେଉଛି। ଏଥିଯୋଗୁ ସନ୍ଦେହ ଜାତ ହେଉଛି। ନିର୍ବାଚନ କମିଶନ ଏହାକୁ ନେଇ ଯାଞ୍ଚ କରାଇବା ସହ ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ଅଖିଳେଶ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri