Posted inଖେଳ

ପୁଣି ଚମକିଲେ ପୃଥ୍ବୀ, ଭାରତ ଏ’ ବିଜୟୀ

ଲିଙ୍କନ(ନ୍ୟୁଜିଲାଣ୍ଡ),୨୨।୧- ଫର୍ମରେ ଥିବା ଯୁବ ଓପନର ପୃଥ୍ବୀ ଶ’ଙ୍କ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଯୋଗୁ ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ପ୍ରଥମ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌କୁ ଭାରତ ଏ’ ୫ ଉଇକେଟରେ ଜିତିନେଇଛି। ଆହତ ଶିଖର ଧାଓ୍ବନଙ୍କ ସ୍ଥାନରେ ପ୍ରଥମ ଥର ପାଇଁ ଦିନିକଆ ଦଳରେ ସ୍ଥାନ ପାଇବାର ଗୋଟିଏ ଦିନ ପରେ ୨୦ ବର୍ଷୀୟ ପୃଥ୍ବୀ ୩୫ ବଲରେ ୪୮ ରନ୍‌ର ଇନିଂସ ଖେଳିଛନ୍ତି। ତାଙ୍କ ଇନିଂସରେ ଥିଲା ୫ ଚୌକା ଓ ୩ ଛକା। ସେହିଭଳି ଜାତୀୟ ଟି୨୦ ଦଳକୁ ଫେରିବା ପରେ ସଞ୍ଜୁ ସାମସନ ୨୧ ବଲରେ ୩୯ (୩ ଚୌକା ଓ ୨ ଛକା) ରନ୍‌ ଓ ସୂର୍ଯ୍ୟକୁମାର ଯାଦବ ୧୯ ବଲରେ ୩୫ (୬ ଚୌକା ଓ ଗୋଟିଏ ଛକା) ରନ୍‌ର ଇନିଂସ ଖେଳିଥିଲେ। ୨୩୧ ରନ୍‌ର ବିଜୟଲକ୍ଷ୍ୟକୁ ପିଛା କରୁଥିବା ଭାରତ ଏ’ ୨୦ ଓଭର ପୂର୍ବରୁ ମ୍ୟାଚ୍‌ ଜିତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ନ୍ୟୁଜିଲାଣ୍ଡ ଏ’ ୪୮.୩ ଓଭରରେ ୨୩୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପାଇଁ ରଚିନ ରବୀନ୍ଦ୍ର ୪୯, ଅଧିନାୟକ ଟମ ବ୍ରୁସ ୪୭ ଓ କୋଲେ ମ୍ୟାକ୍‌କୋନଚି ୩୪ ରନ୍‌ କରିଥିଲେ। ଭାରତ ଏ’ ପକ୍ଷରୁ ମହମ୍ମଦ ସିରାଜ ୩ ଉଇକେଟ ନେଇ ସଫଳତମ ବୋଲର ସାବ୍ୟସ୍ତ ହୋଇଥିବାବେଳେ ଅକ୍ଷର ପଟେଲ ଓ ଖଲିଲ ଅହମ୍ମଦ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ୨୯.୩ ଓଭରରେ ୫ ଉଇକେଟ ହରାଇ ୨୩୧ ରନ୍‌ କରି ବିଜୟ ହାସଲ କରିଥିଲା। ଭ୍ରମଣକାରୀ ଦଳ ଲାଗି ପୃଥ୍ବୀ, ସାମସନ, ସୂର୍ଯ୍ୟକୁମାରଙ୍କ ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ଥିଲା। ଏମାନଙ୍କ ଛଡ଼ା ମୟଙ୍କ ଅଗ୍ରଓ୍ବାଲ ୨୯, ଅଧିନାୟକ ସୁବମନ ଗିଲ ୩୦, ବିଜୟ ଶଙ୍କର ୨୦ ଓ କ୍ରୁନାଲ ପାଣ୍ଡ୍ୟା ୧୫ ରନ୍‌ କରିଥିଲେ। ଘରୋଇ ଦଳର ଜେମ୍ସ ନିଶାମ ୨ ଉଇକେଟ ନେଇଥିଲେ। ସିରିଜ୍‌ର ଦ୍ୱିତୀୟ ଅନ୍‌ ଅଫିସିଆଲ ମ୍ୟାଚ୍‌ ୨୪ ତାରିଖରେ ଖ୍ରୀଷ୍ଟଚର୍ଚ୍ଚଠାରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri