ପୁଣି ଚେନ୍ନାଇରୁ ବୋଟ୍‌ରେ ଗଞ୍ଜାମ ଫେରିଲେ ୩୩ ମତ୍ସ୍ୟଜୀବୀ: ୪ ଜଣ ଜ୍ୱରରେ ପୀଡିତ, ସମସ୍ତଙ୍କୁ ରଖାଗଲା କ୍ୱାରାଣ୍ଟାଇନରେ

ଛତ୍ରପୁର, ୨୮।୪(ଡି.ଏନ୍‌.ଏ.): ଲକ୍‌ଡାଉନ କଟକଣା ଯୋଗୁ ଚେନ୍ନାଇରେ ଫସିଥିବା ଗଞ୍ଜାମ ଜିଲାର ବହୁ ମତ୍ସ୍ୟଜୀବୀ ବିପଦପୂର୍ଣ୍ଣଭାବେ ଜଳପଥ ଦେଇ ଘରକୁ ଫେରୁଛନ୍ତି। ୩୩ ମତ୍ସ୍ୟଜୀବୀ ସମୁଦ୍ର ପଥରେ ଏକ ବୋଟ ଯୋଗେ ଚେନ୍ନାଇରୁ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ନିକଟ ଫିସେରୀ ଜେଟିଠାରେ ସୋମବାର ରାତିରେ ପହଞ୍ଚିଛନ୍ତି। ଉକ୍ତ ୩୩ଜଣ ମତ୍ସ୍ୟଜୀବୀ ଚେନ୍ନାଇର କାଶୀମେଡୁ ଫିସିଙ୍ଗ ହାରବର ନାମକ ଏକ ସଂସ୍ଥାରେ ଗତ ୪ ମାସ ହେଲା କାମ କରିଆସୁଥିଲେ। ତେବେ କରୋନା ଯୋଗୁ ଉକ୍ତ ସଂସ୍ଥା ବନ୍ଦ ହୋଇଯିବା ଫଳରେ ଖାଇବା ପିଇବାକୁ ପାଉ ନ ଥିଲେ। ପରେ ଏମାନେ ୧ଲକ୍ଷ ୮୦ ହଜାର ଟଙ୍କାରେ ଏକ ବୋଟ କିଣି ଗତ ୨୪ ତାରିଖରେ ଚେନ୍ନାଇରୁ ସମୁଦ୍ର ପଥରେ ବାହାରିଥିଲେ। ସମୁଦ୍ର ପଥରେ ବୋଟ ଯୋଗେ ମତ୍ସ୍ୟଜୀବୀ ଆସୁଥିବା ଖବର ପାଇ ପ୍ରଶାସନିକ ଅଧିକାରୀ ଓ ପୋଲିସ ଫିସେରୀ ଜେଟି ଠାରେ ଅପେକ୍ଷା କରିଥିଲେ। ମତ୍ସ୍ୟଜୀବୀ ରାତିରେ ପହଞ୍ଚିବା ପରେ ସମସ୍ତ ୩୩ ଜଣଙ୍କୁ ଉଦ୍ଧାର କରାଯାଇ ଆର୍ଯ୍ୟପଲି ହାଇସ୍କୁଲରେ ଖୋଲାଯାଇଥିବା ଆଇସୋଲଶନ ସେଣ୍ଟରକୁ ନିଆଯାଇଥିଲା। ସେଠାରେ ସମସ୍ତଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରଖାଯିବ। ବାହାରେ ପୋଲିସ ମୁତୟନ କରାଯାଇଛି। ମଙ୍ଗଳବାର ପୂର୍ବାହ୍ନରେ ଛତ୍ରପୁର ବ୍ଲକ ଜନସ୍ବାସ୍ଥ୍ୟ ଅଧିକାରୀ ବରୁଣ କୁମାର ପାଣିଗ୍ରାହୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କର ଇନ୍ଫ୍ରାରେଡ଼ ଥର୍ମାମିଟର ଗନ ଦ୍ୱାରା ଶରୀରର ତାପମାତ୍ରା ଚେକ୍‌ କରିଛନ୍ତି। ଏଥିରୁ ଜ୍ୱର ଥିବା ୪ଜଣଙ୍କ ନମୁନା ପରୀକ୍ଷା ପାଇଁ ପଠାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri