Posted inଖେଳ

ପୁଣି ବର୍ଷା: ଭାରତ- ନ୍ୟୁଜିଲାଣ୍ଡ ମ୍ୟାଚ୍‌ ବାତିଲ

ନଟିଂହାମ,୧୩।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ବର୍ଷା କେବଳ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନୁହଁ ପ୍ରଶଂସକଙ୍କ ପାଇଁ ମଧ୍ୟ ମୁଣ୍ଡବ୍ୟଥାର କରାଣ ହୋଇଛି। ବର୍ଷା ଯୋଗୁଁ ବିଶ୍ୱକପ୍‌ର ଏକାଧିକ ମ୍ୟାଚ ବିନା ଟସ୍‌ ପଡିବାର ବାତିଲ ହୋଇଛି। ଖରାପ ପାଗ ବର୍ଷାର ସଦ୍ୟତମ ଶିକାର ହୋଇଛି ଭାରତ- ନ୍ୟୁଜିଲାଣ୍ଡ ମୁକାବିଲା। ଗୁରୁବାର ଟ୍ରେଣ୍ଟ ବ୍ରିଜ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଶେଷରେ ବର୍ଷା ଯୋଗୁ ବାତିଲ ହୋଇଛି। ପ୍ରବଳ ବର୍ଷା କାରଣ ପଡିଆରେ ପାଣି ଜମି ରହିବା ଫଳରେ ଏହି ମ୍ୟାଚ୍‌ରେ ଟସ୍‌ ପଡିବା ମଧ୍ୟ ସମ୍ଭବ ହୋଇ ନ ଥିଲା। ଫଳରେ ଉଭୟ ଦଳ ଗୋଟିଏ ଲେଖାଏ ପଏଣ୍ଟ ହାସଲ କରିଛନ୍ତି।
ଭାରତୀୟ ସମୟ ସନ୍ଧ୍ୟା ୭.୩୦ରେ ଅମ୍ପାୟରମାନେ ଅନ୍ତିମ ପିଚ୍‌ ନିରୀକ୍ଷଣ କରିଥିଲେ ଓ ମ୍ୟାଚ୍‌ ବାତିଲ କରବାକୁ ନିଷ୍ପତ୍ତି ନେଇଥିଲେ। ଟୁର୍ନାମେଣ୍ଟରେ ଚତୁର୍ଥଥର ପାଇଁ ବର୍ଷା କାରଣରୁ ମ୍ୟାଚ୍‌ ବାତିଲ ହୋଇଛି। ମ୍ୟାଚ୍‌ ବାତିଲ ହେବାରୁ ପ୍ରଶଂସକମାନେ ନିରାଶ ହୋଇଛନ୍ତି। ମ୍ୟାଚ୍‌ରେ ଗୋଟିଏ ବଲ୍‌ ବୋଲିଂ କାରଯାଇ ନ ଥିବାରୁ ଆଇସିସି ଟିକେଟ ଅର୍ଥ ପ୍ରଶଂସକଙ୍କୁ ଫେରାଇବ। ଅନ୍ୟପଟେ ଯେଉଁ ଦର୍ଶକ ତୃତୀୟ ପକ୍ଷଠାରୁ ଚଢ଼ା ଦରରେ ଟିକେଟ କିଣିଥିଲେ ସେମାନ ଆର୍ଥିକ କ୍ଷତି ସହିବେ। ତେବେ ମ୍ୟାଚ୍‌ଗୁହିକର ବିମା ହୋଇଥିବାରୁ ପ୍ରସାରଣକାରୀ ସଂସ୍ଥା କ୍ଷତି ସହିବେ ନାହିଁ।
ଏପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ୪ଟି ମ୍ୟାଚ୍‌ ଖେଳିଛି। ୩ଟି ବିଜୟ ଓ ଗୋଟିଏ ବିନା ଫଳାଫଳ ସହ ନ୍ୟୁଜିଲାଣ୍ଡ ମୋଟ ୭ ପଏଣ୍ଟ ପାଇଁ ତାଲକାର ଶୀର୍ଷରେ ରହିଛି। ଅନ୍ୟପଟେ ଭାରତ ଏପର୍ଯ୍ୟନ୍ତ ୩ଟି ମ୍ୟାଚ୍‌ ଖେଳି ୨ଟି ବିଜୟ ଓ ଗୋଟିଏ ବିନା ଫଳାଫଳ ସହ ମୋଟ ୫ ପଏଣ୍ଟ ପାଇ ତାଲିକାର ତୃତୀୟ ସ୍ଥାନରେ ରହିଛି। ଅଷ୍ଟ୍ରେଲିଆ ୪ଟି ମ୍ୟାଚ୍‌ ଖେଳି ୩ ବିଜୟ ଓ ଗୋଟିଏ ପରାଜୟ ସହ ୬ ପଏଣ୍ଟ ପାଇଁ ଦ୍ୱିତୀୟ ସ୍ଥାନରେ ରହିଛି। ଭାରତ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ପାରମ୍ଭରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ମାଞ୍ଚେଷ୍ଟରରେ ଭେଟିବ। ଏହି ମ୍ୟାଚ୍‌ ମଧ୍ୟ ବର୍ଷା ଯୋଗୁ ବାଧାପ୍ରାପ୍ତ ହେବ। ଏପରିକି ବାତିଲ ମଧ୍ୟ ହୋଇପାରେ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

ଆଜି ହୋଇପାରେ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଏହି ଖେଳାଳିଙ୍କୁ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୩୦।୪: ଟି-୨୦ ବିଶ୍ୱକପ ପାଇଁ ଆଉ ବେଶୀ ଦିନ ବାକି ନାହିଁ। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ଚୟନ କମିଟି ଖୁବ ଶୀଘ୍ର...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିପାରେ ବଡ଼ ଝଟ୍‌କା: ଏହି କ୍ରିକେଟର୍‌ ହୋଇପାରନ୍ତି ଉପଅଧିନାୟକ

ନୂଆଦିଲ୍ଲୀ,୩୦।୪: କିଛି ମାସ ପୂର୍ବରୁ ରିଷଭ ପନ୍ତ ଆଇପିଏଲ ୨୦୨୪ର ଅଂଶ ହେବେ କି ନାହିଁ ସେ ବିଷୟରେ ଆଲୋଚନା ହୋଇଥିଲା। କିନ୍ତୁ ଟି -୨୦...

ରୋହିତ ଶର୍ମାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରିକେଟ୍‌ କ୍ୟାରିୟର୍‌ରେ ଅନେକ ରେକର୍ଡ ହାସଲ କରିଥିବା ରୋହିତଙ୍କ ସମ୍ପତ୍ତି...

ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଏଣ୍ଟ୍ରି ମାରିଲେ ରିଷଭ ପନ୍ତ: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

କୋଲକାତା,୩୦।୪: କେକେଆର ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ୨୭ ରନର ଏକ ଇନିଂସ ଖେଳିଥିଲେ। ଏହି ଇନିଂସ ପାଇଁ ସେ...

କୋଲକାତାର ଏକପାଖିଆ ବିଜୟ ପରେ ପଏଣ୍ଟ ଟେବୁଲରେ ହେଲା ପରିବର୍ତ୍ତନ: କିଏ କେଉଁ ସ୍ଥାନରେ ରହିଛି ଜାଣନ୍ତୁ

କୋଲକାତା,୩୦।୪: ଆଇପିଏଲ ୨୦୨୪ର ୪୭ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ମ୍ୟାଚରେ କୋଲକାତା ୭ ଉଇକେଟରେ...

ପ୍ରତ୍ୟେକ ଦିନ ଆମର ନୁହେଁ…କାହିଁକି ଏମିତି କହିଲେ ପନ୍ତ

କୋଲକାତା,୩୦।୪: ଆଇପିଏଲ ୨୦୨୪ରେ ଦିଲ୍ଲୀ କ୍ୟାପିଟାଲ୍ସ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଷଷ୍ଠ ପରାଜୟର ସମ୍ମୁଖୀନ ହୋଇଛି। ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଟୁର୍ଣ୍ଣାମେଣ୍ଟର ୪୭ତମ ମ୍ୟାଚରେ...

ସାଥୀ କ୍ରିକେଟର୍‌ଙ୍କ ଭଉଣୀଙ୍କୁ ମନ ଦେଇ ବସିଥିଲେ ହିଟ୍‌ମ୍ୟାନ୍‌

ଭାରତୀୟ କ୍ରିକେଟ ଦଳର ‘ହିଟ୍‌ମ୍ୟାନ୍‌’ ରୋହିତ ଶର୍ମା ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ମୁମ୍ବାଇର ଏହି ବିସ୍ଫୋରକ ବ୍ୟାଟମ୍ୟାନ୍‌ ଅନେକ ରେକର୍ଡ ହାସଲ କରିଚନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri