ବୁଗୁଡା,୨୨ା୧୦(ଡି.ଏନ୍.ଏ.)-ବୁଗୁଡା ବ୍ଲକ ବାଲିପଦର ଶ୍ରୀରଘୁନାଥ ସ୍ବାମୀ ବାଳିକା ବିଦ୍ୟାଳୟରେ ସୋମବାର ପୁଣି ଛାତ୍ରୀମାନଙ୍କ ଠାରେ ଅସ୍ବାଭାବିକ ଆଚରଣ ଦେଖା ଦେଇଛି। ସକାଳେ ପ୍ରାର୍ଥନା ସଭା ଚାଲିଥିବାବେଳେ ୧୦ମ ଶ୍ରେଣୀର ଛାତ୍ରୀ ଜଣକ ପରେ ଜଣେ ଅସ୍ବାଭାବିକ ଭାବେ ନାଚିବାକୁ ଲାଗିଥିଲେ। ପରିସ୍ଥିତି ଏପରି ହୋଇଥିଲା ଯେ, ଜଣେ ଛାତ୍ରୀ ନାଚିନାଚି ଗେଟ ବାହାରକୁ ଯାଇ ଚେତାଶୂନ୍ୟ ହୋଇ ପଡିଯାଇଥିଲେ। ସେମାନଙ୍କୁ ଆୟତ୍ତ କରିବା କଷ୍ଟକର ହୋଇ ପଡିଥିଲା। ପ୍ରଧାନ ଶିକ୍ଷୟିତ୍ରୀ ବୈଜୟନ୍ତୀମାଳା ସୁବୁଦ୍ଧି ଛାତ୍ରୀଙ୍କ ଅଭିଭାବକଙ୍କୁ ଖବର ଦେଇଥିଲେ। ଅଭିଭାବକ ପହଞ୍ଚତ୍ ଝଡାଫୁଙ୍କା କରିବା ପରେ ଘରକୁ ନେଇଥିଲେ। ଭୂତ ଭୟରେ ଅନ୍ୟଛାତ୍ରୀମାନେ ଭୟଭୀତ ହୋଇ ପଡିଛନ୍ତି। ପ୍ରକାଶ ଯେ, ବିଦ୍ୟାଳୟର ଜଣେ ଛାତ୍ରୀ ଅଗଷ୍ଟ ୨୫ରେ କୌଣସି କାରଣରୁ ଘରେ ଆତ୍ମହତ୍ୟା କରିଥିଲେ। ଏହାପରେ ତାଙ୍କ ସହପାଠୀଙ୍କ ନିକଟରେ ଏପରି ଅସ୍ବାଭାବିକ ଆଚରଣ ଦେଖିବାକୁ ମିଳିଥିଲା।
ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…
ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...
ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ
ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...
୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା
ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...
ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ
ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...
ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ
ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...
୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ
ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...
ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ
କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍.ଏସ୍. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...
ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ
ଭୁବନେଶ୍ୱର, ୨୭|୧୨(ସୁନିତ୍ ମିଶ୍ର): ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...
Archives


