ପୁଣି ବୋଟ୍‌ରେ ଆସିଲେ ୩୩ ମତ୍ସ୍ୟଜୀବୀ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଯୋଗୁ ଚେନ୍ନାଇରେ ଫସି ରହିଥିବା ମତ୍ସ୍ୟଜୀବୀ ଓ ଶ୍ରମିକମାନେ ନିଜ ଉଦ୍ୟମରେ ବୋଟ୍‌ କିଣି ସମୁଦ୍ର ପଥରେ ଗଞ୍ଜାମ ଫେରିବାରେ ଲାଗିଛନ୍ତି। କରୋନା ଭୟ ହେଉ କି କାମଧନ୍ଦା ମିଳୁ ନ ଥିବାରୁ ଖାଦ୍ୟ ଯୋଗାଡ଼ କରି ନ ପାରି ସେମାନେ ଏହି ବିପଦପୂର୍ଣ୍ଣ ଉପାୟ ଅବଲମ୍ବନ କରୁଛନ୍ତି; ଯାହାକି ରାଜ୍ୟ ସରକାରଙ୍କ ମୁଣ୍ଡବ୍ୟଥାର କାରଣ ହୋଇଛି। ସମୁଦ୍ର ପଥରେ ଏ ପର୍ଯ୍ୟନ୍ତ ୩ ଥରରେ ମୋଟ ୧୧୦ ଜଣ ଚେନ୍ନାଇରେ ଆସିଲେଣି। ପ୍ରଶାସନ ପକ୍ଷରୁ ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଉଛି।
ସୋମବାର ଗଞ୍ଜାମକୁ ୨ଟି ବୋଟ୍‌ରେ ମତ୍ସ୍ୟଜୀବୀମାନେ ଫେରିଥିଲେ। ୩୯ ଜଣଙ୍କୁ ନେଇ ଆସିଥିବା ଗୋଟିଏ ବୋଟ୍‌ ଅପରାହ୍ନ ପ୍ରାୟ ୩ଟାରେ ଚିକିଟି ବ୍ଲକ ରାମେୟାପାଟଣା ମୁହାଣରେ ଲାଗିଥିଲା। ମତ୍ସ୍ୟଜୀବୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ ରାମେୟାପାଟଣା ଗ୍ରାମସ୍ଥିତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଥିଲା। ଅନ୍ୟ ବୋଟ୍‌ଟି ରାତି ପ୍ରାୟ ୧ଟାରେ ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ନିକଟ ଫିସେରି ଜେଟିଠାରେ ପହଞ୍ଚିଥିଲା। ଏଥିରେ ୩୩ ମତ୍ସ୍ୟଜୀବୀ ଆସିଥିଲେ। ଏମାନେ ଚେନ୍ନାଇର କାଶୀମେଡୁ ଫିସିଂ ହାରବର ନାମକ ଏକ ସଂସ୍ଥାରେ ଗତ ୪ ମାସ ହେଲା କାମ କରି ଆସୁଥିଲେ। କରୋନା ଯୋଗୁ ସଂସ୍ଥା ବନ୍ଦ ହୋଇଯିବା ଫଳରେ ବହୁ କଷ୍ଟରେ ଦିନ କାଟୁଥିଲେ। ଖାଇବାକୁ ମିଳି ନ ଥିଲା। ତେଣୁ ଏମାନେ ୧ ଲକ୍ଷ ୮୦ ହଜାର ଟଙ୍କାରେ ଏକ ବୋଟ୍‌ କିଣି ଗତ ୨୪ ତାରିଖରେ ଚେନ୍ନାଇରୁ ବାହାରିଥିଲେ। ସମୁଦ୍ର ପଥରେ ବୋଟ୍‌ରେ ମତ୍ସ୍ୟଜୀବୀ ଆସୁଥିବା ଖବର ପାଇଥିବାରୁ ପ୍ରଶାସନିକ ଅଧିକାରୀ ଓ ପୋଲିସ ଫିସେରି ଜେଟିଠାରେ ସେମାନଙ୍କୁ ଅପେକ୍ଷା କରିଥିଲେ। ବିଳମ୍ବିତ ରାତିରେ ବୋଟ୍‌ ସେଠାରେ ପହଞ୍ଚିବା ପରେ ସମସ୍ତ ୩୩ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇ ଆର୍ଯ୍ୟପଲ୍ଲୀ ହାଇସ୍କୁଲରେ ଖୋଲାଯାଇଥିବା ଆଇସୋଲଶନ ସେଣ୍ଟରକୁ ନିଆଯାଇଥିଲା। ସେମାନଙ୍କ ମଧ୍ୟରେ ସାନ ଆର୍ଯ୍ୟପଲ୍ଲୀ ଗାଁର ୨୧ଜଣ, ମାର୍କଣ୍ଡି ଗାଁର ୫, ପାତିସୁନାପୁର, ରାମେୟାପାଟଣା, ନୋଳିଆ ନୂଆଁଗାଁ, ଗୋଳାବନ୍ଧର ଜଣେ ଲେଖାଏ, ପୁରୀ ଜିଲାର ଜଣେ ଓ ଆନ୍ଧ୍ରପ୍ରଦେଶର ୨ ଜଣେ ଥିବା ଜଣାପଡିଥିଲା। ସମସ୍ତଙ୍କୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନରେ ରଖାଯିବ ବୋଲି ସୂଚନା ମିଳିଛି। ବାହାରେ ପୋଲିସ ମୁତୟନ କରାଯାଇଛି। ମଙ୍ଗଳବାର ଛତ୍ରପୁର ବ୍ଲକ ଜନସ୍ବାସ୍ଥ୍ୟ ଅଧିକାରୀ ବରୁଣ କୁମାର ପାଣିଗ୍ରାହୀ ସେଠାରେ ପହଞ୍ଚିି ଇନ୍‌ଫ୍ରାରେଡ୍‌ ଥର୍ମୋମିଟର ଗନ ଦ୍ୱାରା ସମସ୍ତଙ୍କ ଶରୀରର ତାପମାତ୍ରା ଯାଞ୍ଚ କରିଥିଲେ। ଜ୍ୱର ଥିବା ୪ ଜଣଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପାଇଁ ପଠାଯିବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଗତ ୨୫ ତାରିଖରେ ୩୮ ଦାଦନ ଶ୍ରମିକ ଚେନ୍ନାଇରୁ ବୋଟ୍‌ରେ ଆସି ଚିକିଟି ବ୍ଲକ୍‌ ସୁନୁପୁର ମୁହାଣ ନିକଟରେ ଓହ୍ଲାଇଥିଲେ। ସେମାନେ ମଧ୍ୟ ଆଇସୋଲେଶନ ସେଣ୍ଟରରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri