ପୁଣି ମ୍ୟାଚ୍‌ରେ ଦେଖିବାକୁ ମିଳିଲା ବଳିଦାନ ଚିହ୍ନ

ଲଣ୍ଡନ,୧୦।୬- ଆଇସିସି ନିର୍ଦ୍ଦେଶକ୍ରମେ ଭେଟେରାନ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ତାଙ୍କ ଗ୍ଲୋଭ୍ସରୁ ବଳିଦାନ ଚିହ୍ନ ତଥା ଆର୍ମିର କୌଣସି ପ୍ରତୀକକୁ ହଟାଇ ଦେଇଛନ୍ତି। ହେଲେ ଭାରତୀୟ ପ୍ରଶଂସକମାନେ ଧୋନୀଙ୍କୁ ସମର୍ଥନ କରିବା ସହ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ କଡ଼ା ଜବାବ ଦେଇଛନ୍ତି। ଓଭାଲଠାରେ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତୀୟ ପ୍ରଶଂସକମାନେ ବଳିଦାନର ଚିହ୍ନ ଥିବା ବ୍ୟାନର ଦେଖାଇଥିଲେ। ଭାରତୀୟ ପତାକା ରଙ୍ଗର ଡ୍ରେସ ପିନ୍ଧିଥିବା ଜଣେ ପ୍ରଶଂସକ କଳା ରଙ୍ଗର ବ୍ୟାନର ଉପରେ ଧୂସର ରଙ୍ଗରେ ଉକ୍ତ ବଳିଦାନର ଚିହ୍ନ ଆଙ୍କିଥିଲେ। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଧୋନୀଙ୍କ ଗ୍ଲୋଭ୍ସରେ ଉକ୍ତ ଚିହ୍ନ ଦେଖାଯିବା ପରେ ବିବାଦ ସାମ୍ନାକୁ ଆସିଥିଲା। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପରିଚାଳନା ଦାୟିତ୍ୱରେ ଥିବା ପ୍ରଶାସକ କମିଟି ପୂର୍ବତନ ଭାରତୀୟ ଅଧିନାୟକଙ୍କୁ ସମର୍ଥନ କରିବାରେ ବିଫଳ ହୋଇଥିଲା। ହେଲେ ଭାରତୀୟ ଦଳର ସଦସ୍ୟମାନେ ଧୋନୀଙ୍କୁ ଉକ୍ତ ଗ୍ଲୋଭ୍ସ ପରିଧାନ କରି ଖେଳିବାକୁ ଯୁକ୍ତି ବାଢ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?