ପୁଣି ଶ୍ରୀଲିଙ୍ଗରାଜ ମନ୍ଦିରରେ ଫଟୋ ଭାଇରାଲ

ପୁରୁଣା ଭୁବନେଶ୍ୱର,୨୩ା୯(ଡି.ଏନ.ଏ.) : ଐତିହ୍ୟ ଶ୍ରୀଲିଙ୍ଗରାଜ ମନ୍ଦିରରେ ପୁଣି ଫଟୋ ଭାଇରାଲ ଘଟଣା ଆଲୋଚନାକୁ ଆସିଛି। ବାରମ୍ବାର ମନ୍ଦିର ଭିତରେ କୌଣସି ସେବାୟତ କିମ୍ବା ପର୍ଯ୍ୟଟକ ଫଟୋ ଉଠାଇବା ବା ସେଲଫି ନେବାକୁ ମନ୍ଦିର ପ୍ରଶାସନ ପକ୍ଷରୁ କଟକଣା ଥିବା ବେଳେ ରବିବାର ଏଭଳି ଜନୈକ ସେବାୟତଙ୍କ ଫଟୋ ଫେସ୍‌ବୁକ୍‌ରେ ଅପଲୋଡ଼
ଘଟଣା କଟକଣାକୁ ପଦାରେ ପକାଇ ଦେଇଛି। ମିଳିଥିବା ଖବର ମୁତାବକ, ସେବାୟତ ଜଣକ ମନ୍ଦିର ଗର୍ଭଗୃହରେ ଖୁବ୍‌ ସୁନ୍ଦର ଭାବରେ ସେଲଫି ନେଇଛନ୍ତି। ଏହାକୁ ସେ ଟିକେ ବି ଭୃକ୍ଷେପ ନ କରି ଫଟୋ ଭାଇରାଲ ମଧ୍ୟ କରିଥିଲେ, ଯାହାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ସୂଚନା ଥାଉ କି ସେଲିବ୍ରେଟି ଶ୍ରୀଲିଙ୍ଗରାଜ ମନ୍ଦିରକୁ ଦର୍ଶନ କରିବାକୁ ଆସୁଥିବା ବେଳେ ଏଭଳି ବ୍ୟତିକ୍ରମ ଅନେକ ସମୟରେ ଦେଖାଯାଉଛି। ଏଣୁ ପ୍ରଶାସନ ଏଭଳି ବିଶୃଙ୍ଖଳା ଆଚରଣ ନିମନ୍ତେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ନେଲେ ହିଁ ସୁଫଳ ମିଳିବ ବୋଲି ଆଶା କରାଯାଉଛି। ଶନିବାର ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍‌ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଥିଲେ। ମାତ୍ର ଏହି ଗସ୍ତ ସମୟରେ ମନ୍ଦିର ପ୍ରଶାସନର ଅନେକ କର୍ମଚାରୀ ଓ ଅନ୍ୟ ଅଧିକାରୀ ମୋବାଇଲ ସେଲଫି ଉଠାଇଥିଲେ, ଯାହାକୁ ସେବାୟତ ମହଲରେ ନିନ୍ଦା କରାଯାଇଛି। ଏଥିସହ ପ୍ରଶାସନର ଏଭଳି କାର୍ଯ୍ୟକଳାପକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଗଭୀର ଅବପାତ: ଏଇଠି ଲ୍ୟାଣ୍ଡଫଲ ସମ୍ଭାବନା, ଭୀଷଣ ବର୍ଷା ନେଇ ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୨୭।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ। ବାଲେଶ୍ବରରୁ ୧୨୦ କି.ମି. ଦୂରରେ ରହିଛି ଅବପାତ। ଆଜି ଅପରାହ୍ନରେ ବାଲେଶ୍ବର-କ୍ୟାନିଂ ମଧ୍ୟରେ ଲ୍ୟାଣ୍ଡଫଲ ସମ୍ଭାବନା। ଉତ୍ତର…

ଆଜିଠାରୁ +୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର,୨୭ା୭(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ମହାବିଦ୍ୟାଳୟରେ ସୋମବାରଠାରୁ +୩ ପ୍ରଥମ ବର୍ଷର ନିୟମିତ ପାଠପଢ଼ା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା…

CJP ପ୍ରଦର୍ଶନ ଶେଷ ହେବା ପରେ ଆଉ ଜଣେ ନିଟ୍‌ ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଜାଣିଲେ…

ନୂଆଦିଲ୍ଲୀ, ୨୭॥୭: ମହରାଷ୍ଟ୍ରର ଅହିଲ୍ୟାନଗର ଜିଲାର କର୍ଜତ ତାଲୁକା ଅନ୍ତର୍ଗତ ଜଲାଲପୁର ଗ୍ରାମରୁ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଛାତ୍ରୀ ଅଙ୍କିତା…

ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା

ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ୩ ରାଜ୍ୟରେ ବଢିଲା ରାଜନୈତିକ ଆଲୋଚନା; ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୭।୭: NEET ପେପର ଲିକ ନେଇ ବିରୋଧୀଙ୍କ ବିରୋଧ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା…

ସୁଶାନ୍ତଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ…

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ ଗୁରୁତର

ବ୍ରଜରାଜନଗର, ୨୭।୭ (ବିଜୟ କୁମାର ବରାଡ): ବ୍ରଜରାଜ ନଗର ଥାନା ଅନ୍ତର୍ଗତ ଇବ ଶ୍ମଶାନ ଘାଟ ନିକଟରେ ଥିବା ମଡପଣ୍ଡ ପାଖରେ ରବିବାର ବିଳମ୍ବିତ ରାତ୍ରୀରେ ପୋଲିସ…

ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri