ପୁଣି ସୃଷ୍ଟି ହେବ ଲଘୁଚାପ: ୩ ଦିନ ପରେ ବଢିବ ବର୍ଷା

ଭୁବନେଶ୍ୱର,୧୯ା୮(ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ସକ୍ରିୟ ଅବପାତ ଝାଡ଼ଖଣ୍ଡ ଓ ବିହାର ମଧ୍ୟଦେଇ ଗତି କରିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଫଳରେ ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପରିମାଣ କମିବ। ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ୩ ଦିନ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ମୟୂରଭଞ୍ଜ ଜିଲାର ବହଳଦାଠାରେ ସର୍ବାଧିକ ୨୭୩ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ୨୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏଥିମଧ୍ୟରେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରରେ ୧୮୦ ମି.ମି., ବରଗଡ଼ ଜିଲା ଝାରବନ୍ଧରେ ୧୫୦ ମି.ମି., ମୟୂରଭଞ୍ଜ ଜିଲା ଜାମଦାରେ ୧୨୪ ମି.ମି., ସୁନ୍ଦରଗଡ଼ ଜିଲା ବାଲିଶଙ୍କରାରେ ୧୧୫ ମି.ମି., ଟେନ୍‌ସାରେ
୧୧୨.୮ ମି.ମି., ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷୀରେ ୧୧୨.୪ ମି.ମି., ବିଜାତଳାରେ ୧୦୭ ମି.ମି., ସୁନ୍ଦରଗଡ଼ ଜିଲା ମନ୍ଦିରାଦାମରେ ୧୦୫.୨ ମି.ମି., ବଣାଇଗଡ଼ରେ ୧୦୩ ମି.ମି., ମୟୂରଭଞ୍ଜ ଜିଲା ତିରିଙ୍ଗରେ ୯୬.୨ ମି.ମି., ସୁନ୍ଦରଗଡ଼ ଜିଲା ଗୁରୁଣ୍ଡିଆରେ ୯୨ ମି.ମି. ବର୍ଷା ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ମା’ଙ୍କୁ ଖୋଜୁଛି ବିଜୟ: ବଜାରରୁ ଗଳିକନ୍ଦି ବୁଲି ମାରୁଛନ୍ତି ପୋଷ୍ଟର

ଭୁବନେଶ୍ୱର, ୧୯ା୮(ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ନିଖୋଜଙ୍କ ସଂଖ୍ୟା ବଢି ଚାଲୁଥିବା ବେଳେ ଉଦ୍ଧାର କରିବାରେ ବିଫଳ ହେଉଛି କମିଶନରେଟ୍‌ ପୋଲିସ। ସିସିଟିଭି ଫୁଟେଜ୍‌ ଯାଞ୍ଚ ଆଳରେ ପୋଲିସ…

ବିଶ୍ୱରେକର୍ଡ କଲେ ରିଷଭ ପନ୍ତ: ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଭାବେ କଲେ ଏମିତି କାରନାମା

ଗାଲେ, ୧୯ା୮(ପିଟି):ଭାରତର ବିସ୍ଫୋରକ ଉଇକେଟ୍‌କିପର-ବ୍ୟାଟର ରିଷଭ ପନ୍ତ ପ୍ରଥମ ଭାରତୀୟ ଓ ବିଶ୍ୱର ଚତୁର୍ଥ ବ୍ୟାଟର ଭାବେ ଟେଷ୍ଟ କ୍ରିକେଟରେ ୧୦୦ ଛକା ପୂରଣ କରିଛନ୍ତି। ଶ୍ରୀଲଙ୍କା…

ଦିଗହରା ଆମେରିକା

ଇରାନ ଉପରେ ୨୮ ଫେବୃଆରୀ ୨୦୨୬ରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ହୋଇଥିବା ଘମାଘୋଟ ଯୁଦ୍ଧ ବେଳେ ଗତ ୬୦ ଦିନିଆ ଅସ୍ତ୍ରବିରତି ସାମୟିକ…

୨୦ରୁ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌, ଏମ୍‌.ଏଡ୍‌ ନାମଲେଖା ଆବେଦନ: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୯ା୮(ସୁଚିସ୍ମିତା ସାହୁ):ଉଚ୍ଚଶିକ୍ଷା ବିଭାଗ ଅଧୀନରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌-ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୨୦ ତାରିଖ ଅପରାହ୍ନ ୨ଟାରୁ ଆବେଦନ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri