ପୁତୁରା ହତ୍ୟାକାରୀଙ୍କୁ ଆଜୀବନ ଜେଲ

କେନ୍ଦୁଝର,୭।୨(ସ୍ବ.ପ୍ର.)-ଜଣେ ଯୁବକ ନିଜର ୭ ବର୍ଷର ପୁତୁରାକୁ ହତ୍ୟା କରିବା ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଛନ୍ତି ା କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଦୋଷୀ କୈଳାସ ମୁଣ୍ଡାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ କୋର୍ଟ ତାଙ୍କୁ ୧୦ ହଜାର ଟଙ୍କା ଜରିମାନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ା ଏହା ଅନାଦେୟ ଆଉ ୬ ମାସ ଜେଲଦଣ୍ଡ ଭୋଗିବାକୁ କୋର୍ଟ ନିଜ ରାୟରେ ଉଲ୍ଲେଖ କରିଛନ୍ତି ା
ମାମଲାର ବିବରଣୀ ଅନୁଯାୟୀ, ୨୦୧୬ ମେ’୧୬ରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଘଟଗାଁ ବ୍ଲକ କୁମୁର କୈଳାସ ନିଜ ସମ୍ପକୀୟ ପୁତୁରାକୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ପୋଲିସ ଏକ ହତ୍ୟା ମାମଲା (ନଂ.୭୨/ ୨୦୧୬) ରୁଜୁ କରି କୈଳାସଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କୋର୍ଟ ଉକ୍ତ ମାମଲାର ବିଚାର କରିବା ସହ ଉପରୋକ୍ତ ରାୟ ଶୁଣାଇଛନ୍ତି ା ଅନ୍ୟ ଏକ ଦଫାରେ ତାଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ ସହ ୩ ହଜାର ଟଙ୍କା ଜରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ା ଜରିମାନା ଅନାଦେୟ ହେଲେ ଦୋଷୀ ଆଉ ୧ ମାସ ଜେଲ ଦଣ୍ଡରେ ଦଣ୍ଡିତ ହେବେ ବୋଲି କୋର୍ଟ ନିଜ ରାୟରେ ସ୍ପଷ୍ଟ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri