Posted inଖେଳ

ପୁନିଆ ‘ଜୁନିୟର ଫ୍ରିଷ୍ଟାଇଲ ରେସ୍‌ଲର ଅଫ୍‌ ଦି ଇୟର’

ନୂଆଦିଲ୍ଲୀ, ୧୭ା୧୨(ପି.ଟି.)- ଉଭୟ ଜୁନିୟର ଏବଂ ସିନିୟର ବିଭାଗରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ବିଜେତା ଦୀପକ ପୁନିଆ ୟୁନାଇଟେଡ ଓ୍ବାଲର୍‌ଡ ରେସ୍‌ଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)ଦ୍ୱାରା ‘ଜୁନିୟର ଫ୍ରିଷ୍ଟାଇଲ ରେସ୍‌ଲର ଅଫ୍‌ ଦି ଇୟର’ ବିବେଚିତ ହୋଇଛନ୍ତି। ୧୮ ବର୍ଷ ମଧ୍ୟରେ ଏକ ଜୁନିୟର ବିଶ୍ୱ ଟାଇଟଲ ଜିତିବାରେ ପୁନିଆ ପ୍ରଥମ ଭାରତୀୟ। ପରେ ସେ ସିନିୟର ଓ୍ବାଲର୍‌ଡ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ପ୍ରଥମ ଥର ଅଂଶଗ୍ରହଣ କରି ରୌପ୍ୟ ଜିତିଥିଲେ। ପୁନିଆ କହିଛନ୍ତି, ଏହି ସମ୍ମାନ ପାଇ ମୁଁ ଗର୍ବ ଅନୁଭବ କରୁଛି। ପ୍ରଦର୍ଶନରେ ଉନ୍ନତି ଆଣିବା କ୍ଷେତ୍ରରେ ଏହା ମୋ ପାଇଁ ପ୍ରେରଣା ଦାୟକ ହେବ। ମାତ୍ର ୧୮ ବର୍ଷ ବୟସରେ ଏକମାତ୍ର ଭାରତୀୟ ଭବେ ନୁର ସୁଲ୍‌ତାନଠାରେ ଫାଇନାଲକୁ ଉନ୍ନୀତ ହୋଇ ତାଙ୍କ ପରିପକ୍ୱତାର ନିଦର୍ଶନ ଦେଖାଇଥିଲେ। ଇଞ୍ଜୁରୀ ଯୋଗୁ ସେ ଇରାନର ହସନ ୟାଜଦାନୀଙ୍କ ବିପକ୍ଷରେ ଫାଇନାଲ ମୁକାବିଲାରେ ସେ ଅଂଶଗ୍ରହଣ କରିପାରି ନ ଥବଲେ। ମାତ୍ର ସେ ୮୬କେଜି ଶ୍ରେଣୀରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିପାରିଛନ୍ତି। ଜବରଦସ୍ତ ପ୍ରଦର୍ଶନ ଯୋଗୁ ପୁନିଆ ୮୬କେଜି ୟୁଡବ୍ଲ୍ୟୁଡବ୍ଲ୍ୟୁ ର଼୍ୟାଙ୍କିଙ୍ଗରେ ନମ୍ବର ଓ୍ବାନ ହୋଇ ପାରିଛନ୍ତି। ୨୦୧୬ କ୍ୟାଡେଟ୍‌ ବିଶ୍ୱ ଚାମ୍ପିୟନ ପୁନିଆ ବର୍ତ୍ତମାନ ବେଜିଂ ଅଲିମ୍ପିକ୍ସ ଏବଂ ୨୦୦୩ ବିଶ୍ୱ ଚାମ୍ପିୟନଶିପ୍‌ର ରୌପ୍ୟ ବିଜେତା ମୁରାଦ ଗାଇଦାରୋଭଙ୍କ ଅଧୀନରେ ତାଲିମ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri