‘ପୁରାତନ ଛାତ୍ର ବର୍ତ୍ତମାନର ଛାତ୍ର ସମାଜକୁ ନୀତି ଶିକ୍ଷା ଦିଅନ୍ତୁ’

ଭୁବନେଶ୍ୱର, ,୨୪ା୨((ବ୍ୟୁରୋ): ୟୁନିଟ୍‌-୬ ସରକାରୀ ବିଦ୍ୟାଳୟର ଆଲୁମ୍‌ନି ମିଟ୍‌ ଓ ବିଦ୍ୟାଳୟର ବିଜ୍ଞାନାଗାର ଉଦ୍‌ଘାଟନୀ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଛାତ୍ରୀଛାତ୍ରଙ୍କୁ ସାମାଜିକ ସଂସ୍କାରଭିତ୍ତିିକ ଦୀକ୍ଷା ଓ ଗୁଣାତ୍ମକ ଶିକ୍ଷା କ୍ଷେତ୍ରରେ ଜ୍ଞାନ ବାଣ୍ଟିବାର ଆବଶ୍ୟତକା ରହିଛି। ତେଣୁ ପୁରାତନ ଛାତ୍ରମାନେ ବର୍ତ୍ତମାନର ଛାତ୍ର ସମାଜକୁ ନୀତି ଶିକ୍ଷା ଦିଅନ୍ତୁ ବୋଲି ପୁନିଆ କହିଛନ୍ତି। ମୁଖ୍ୟବକ୍ତା ଭାବେ ବିଦ୍ୟାଳୟର ପୁରାତନ ଛାତ୍ର ତଥା ସ୍ବତନ୍ତ୍ର ପୋଲିସ ଡିଜିପି ଇଣ୍ଟେଲିଜେନ୍ସ ସତ୍ୟଜିତ୍‌ ମହାନ୍ତି, ବିଇଓ ସସ୍ମିତା ମାଳୀ, ଆନୁମ୍‌ନି ଟ୍ରଷ୍ଟ ଅଧ୍ୟକ୍ଷ ଲିଙ୍ଗରାଜ ମହାପାତ୍ର, ମ୍ୟାନେଜିଂ ଟ୍ରଷ୍ଟି ମହେନ୍ଦ୍ର ନାୟକ, ପ୍ରଧାନ ଶିକ୍ଷକ ମଧୁସୂଦନ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ‘ମୋ ସ୍କୁଲ’ ଯୋଜନାରେ ୬ ଲକ୍ଷ ବ୍ୟୟରେ ହୋଇଥିବା ବିଦ୍ୟାଳୟର ବିଜ୍ଞାନାଗାରକୁ ଅତିଥିମାନେ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri