ପୁରୀ ଅଫିସ, ୧୭।୩: କରୋନାକୁ ନେଇ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ପକ୍ଷରୁ ଯେଉଁସବୁ କଟକଣା ଓ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ସ୍ବାଗତଯୋଗ୍ୟ। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଏହାକୁ ସମସ୍ତେ ମାନିବା ଦରକାର ବୋଲି କହିଛନ୍ତି ଲିବାନିଆର ପର୍ଯ୍ୟଟକ। ୧୬ଜଣିଆ ଏହି ବିଦେଶୀ ପର୍ଯ୍ୟଟକ ସୋମବାର ଅପରାହ୍ନରେ ପୁରୀ ଛାଡ଼ିିଛନ୍ତି। ଗଲାବେଳେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ସେମାନେ ରହୁଥିବା ହୋଟେଲ ସମ୍ମୁଖରୁ ମୁଣ୍ଡିଆ ମାରି ଆଶୀର୍ବାଦ କାମନା କରିଛନ୍ତି। ଜଗନ୍ନାଥଙ୍କ କୃପା ରହିଲେ ଭଲରେ ଯାଇ ଘରେ ପହଞ୍ଚତ୍ବୁ ବୋଲି ଏହି ବିଦେଶୀ ପର୍ଯ୍ୟଟକମାନେ କହିଛନ୍ତି।
କରୋନର ଭୟାବହତାକୁ ନେଇ ପ୍ରଶାସନ ପକ୍ଷରୁ ଟୁରିଷ୍ଟ ବସ୍ ସେବାକୁ ବନ୍ଦ କରାଯାଇଛି। ସେହିପରି ବେଳାଭୂମି ଉପରେ କଟକଣା ଲଗାଯିବା ସହ ବିଦେଶୀ ପର୍ଯ୍ୟଟକଙ୍କୁ ସର୍ବସାଧାରଣରେ ବୁଲାବୁଲି ନ କରିବାକୁ ପରାମର୍ଶ ଦିଆଯାଇଛି। ଜରୁରୀ କାମ ନ ଥିଲେ ଏବେ ପୁରୀ ନ ଆସିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ବିଦେଶୀ ତଥା ରାଜ୍ୟ ବାହାର ପର୍ଯ୍ୟଟକଙ୍କ ଉପରେ ସତର୍କ ଦୃଷ୍ଟି ରହିଛି। କଟକଣା ଯୋଗୁ ପର୍ଯ୍ୟଟକମାନେ ପୁରୀ ଛାଡ଼ିିବା ଆରମ୍ଭ କରିଦେଇଛନ୍ତି। ସୋମବାର ଲିବାନିଆର ୧୬ ଜଣିଆ ଦଳ ପୁରୀ ଛାଡ଼ିିବା ବେଳେ ଭାବବିହ୍ବଳ ହୋଇପଡ଼ିିଥିଲେ। ଭାରତୀୟ ସଂସ୍କୃତି, ଐତିହ୍ୟ ଓ ପରମ୍ପରା ସହ ଓଡ଼ିଶାର କଳା, ସଂସ୍କୃତିକୁ ବେଶ୍ ପ୍ରଶଂସା କରିଥିଲେ। ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସିନା ଦର୍ଶନ କରିପାରୁନୁ ହେଲେ ସିଂହଦ୍ୱାରରେ ପତିତପାବନଙ୍କ ଦର୍ଶନ ସେମାନଙ୍କୁ ଅଭିଭୂତ କରିଦେଇଛି। ବର୍ତ୍ତମାନ କରୋନାକୁ ନେଇ ସେମାନେ ବି ଚିନ୍ତିତ। ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ସେମାନେ ପୁଣି ଭଲରେ ଘରକୁ ଫେରିପାରିବେ ବୋଲି କହିଥିଲେ। ସୂଚନାଥାଉ କି, ଏମାନେ ବହୁଦିନ ପୂର୍ବରୁ ଭାରତ ଆସିଥିଲେ। ପ୍ରଥମେ ଦ୍ୱାରିକାରେ ବୁଲାବୁଲି ସାରି ପୁରୀରେ ପହଞ୍ଚତ୍ଥିଲେ। ଏଠାରେ ବିଭିନ୍ନ ସ୍ଥାନ ବୁଲି ସାରିବା ପରେ ସୋମବାର ପୁଣି ଦ୍ୱାରକା ଯିବେ ବୋଲି କହିଥିଲେ।
ପୁରୀ ଛାଡ଼ିଲେ ବିଦେଶୀ ପର୍ଯ୍ୟଟକ: ଜଗନ୍ନାଥଙ୍କ କୃପା ରହିଲେ ଭଲରେ ଘରେ ପହଞ୍ଚିବୁ
Posted inHome Left, ଆମ ଜିଲା ଖବର, ପୁରୀ, ରାଜ୍ୟ View All
ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍, ହଠାତ୍ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…
ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…
ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ
ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…
ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍ମିଟ୍ ହେବାର ୩ ଦିନ ପୂର୍ବରୁ ହେବ ସବୁ..
.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ…
ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ
ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…
ଘରୋଇ ବସ୍ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…
ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍ ଚଳାଚଳ…
ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ
ଭୁବନେଶ୍ୱର,୩୦।୫: ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର…
କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….
କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…
ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…
ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…
Archives

