ପୁରୀ ଜିଲାରେ ପ୍ରଥମ କରୋନା ଚିହ୍ନଟ ନିଜାମୁଦ୍ଦିନରୁ ଫେରିଥିଲେ

ପୁରୀ ଅଫିସ, ୪।୪: ପୁରୀ ଜିଲାରେ ଶୁକ୍ରବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି. ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିବା ପରେ ଜିଲାବାସୀ ଭୟଭୀତ ହୋଇପଡିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ଦିଲ୍ଲୀ ନିଜାମୁଦ୍ଦିନ ଧର୍ମ ସଭାରେ ଯୋଗଦେଇ ଫେରିଥିଲେ। ତେବେ ଶୁକ୍ରବାର ରାତିରେ ଏହା ଜଣାପଡିବା ପରେ ଆକ୍ରାନ୍ତଙ୍କ ଘର କେଉଁ ଅଞ୍ଚଳରେ ତାକୁ ନେଇ ସମସ୍ତଙ୍କ ମଧ୍ୟରେ ଉତ୍ସୁକତା ବଢିଛି। ଯଦିଓ ଏ ନେଇ ପ୍ରଶାସନ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ କିନ୍ତୁ ଯୁଦ୍ଧକାଳୀନ ଭିତ୍ତିରେ ବିଭିନ୍ନ ଜାଗାରେ ସାନିଟାଇଜ କାମ ଚାଲିଛି। ପିପିଲିର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳକୁ ସିଲ୍ କରାଯାଇ ସାନିଟାଇଜ କରାଯାଇଛି। ତେଣୁ ଆକ୍ରାନ୍ତ ପିପିଲି ଅଞ୍ଚଳର ବୋଲି ଚର୍ଚ୍ଚା ହେଉଛି। ଅଗ୍ନିଶମ ବିଭାଗ କର୍ମଚାରୀମାନେ ସମ୍ପୃକ୍ତ ଅଞ୍ଚଳରେ ସୋଡିୟମ ହାଇପୋକ୍ଲୋରାଇଡ କେମିକାଲ ସ୍ପ୍ରେ କରିଛନ୍ତି। ଏଥିସହ ଜିଲାପାଳ ଓ ଏସପିଙ୍କ କାର୍ଯାଳୟ ଏବଂ ପୌରସଂସ୍ଥା କାର୍ଯାଳୟକୁ ମଧ୍ୟ ସାନିଟାଇଜ କରାଯାଇଛି। ଅନ୍ୟପକ୍ଷରେ ଶୁକ୍ରବାର ରାତିରେ ପୋଲିସ କୁମ୍ଭାରପଡା ଅଞ୍ଚଳରୁ ଜଣଙ୍କୁ ନେଇ କ୍ବାରାଣ୍ଟାଇନରେ ରଖିଛି। ସେ ମଧ୍ୟ ନିଜାମୁଦ୍ଦିନରୁ ଫେରିଥିବା ନେଇ ଚର୍ଚ୍ଚା ହେଉଛି। ତେବେ ଏ ନେଇ ପ୍ରଶାସନ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri