ବାଲିଅନ୍ତା କେନାଲରେ ବୁଡ଼ି ମହିଳା ମୃତ, ହୋଲିରେ ମଦ ପିଇଥିବା ଯୋଗୁ ଅଘଟଣ ଘଟିଥିବା ନେଇ ଚର୍ଚ୍ଚା

ବାଲିଅନ୍ତା/ପୁରୁଣା ଭୁବନେଶ୍ୱର,୧୦।୩(ଡି.ଏନ୍‌.ଏ.): ବାଲିଅନ୍ତା ଥାନା ଅଧୀନ ରଙ୍ଗବଜାର ନିକଟରେ ପ୍ରବାହିତ ପୁରୀ ମୁଖ୍ୟ କେନାଲରେ ବୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରୀନା ଗୋଚ୍ଛାୟତ(୪୨)। ମହିଳାଙ୍କ ପ୍ରକୃତ ଘର ତାଳଚେରର କଣିହାଁ ଅଞ୍ଚଳରେ। ସେ ଏଠାରେ ନିର୍ମାଣାଧୀନ ଏକ ଆପାର୍ଟମେଣ୍ଟରେ ଶ୍ରମିକ ଭାବେ କାମ କରୁଥିଲେ। ମଙ୍ଗଳବାର ହୋଲି ଖେଳ ସାରି ସେ କେନାଲକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ତାଙ୍କ ଗୋଡ଼ ଖସି ଯାଇଥିଲା। ସେ କେନାଲ ସ୍ରୋତରେ ଭାସି ଯାଇଥିଲେ। ଖବର ପାଇ ଭୁବନେଶ୍ୱର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିଥିଲେ। ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ମହିଳାଜଣଙ୍କ ମଦ ପିଇଥିବା ଯୋଗୁ ବୁଡ଼ି ଯାଇଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri