ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ: ଦୋକାନ ଭାଙ୍ଗିଲେ, ବ୍ୟବସାୟୀଙ୍କ ହାତ ହାଣିଲେ

ପୁରୀ ଅଫିସ, ୨୫।୮: କିଛିଦିନର ନୀରବତା ପରେ ପୁଣି ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଶୁକ୍ରବାର ନରେନ୍ଦ୍ରକୋଣରେ ଜଣେ ଲଜ୍‌ ମାଲିକଙ୍କୁ ଆକ୍ରମଣ ଘଟଣାର ୨୪ଘଣ୍ଟା ନ ପୂରୁଣୁ ଶନିବାର କୁମ୍ଭାରପଡ଼ା ଥାନା ଅଧୀନ ରେଡକ୍ରସ ରୋଡ଼ରେ ୪ଜଣ ଦୁର୍ବୃତ୍ତ ଖଣ୍ଡା ଧରି ଏକ ଭେରାଇଟି ଷ୍ଟୋରରେ ଭଙ୍ଗାରୁଜା କରିବା ସହ ସମ୍ପୃକ୍ତ ଦୋକାନୀଙ୍କୁ ଧମକ ଦେଇଛନ୍ତି। ସେହିପରି ବାଲି ଉପରବସ୍ତିରେ ଜଣେ ବ୍ୟବସାୟୀଙ୍କ ଦୁଇ ହାତ ହାଣି ଦେଇଛନ୍ତି। ଏହି ଘଟଣା ପରେ ସହରବାସୀ ଭୟଭୀତ ହୋଇପଡ଼ିଛନ୍ତି।

ସୂଚନା ଅନୁଯାୟୀ, ରେଡକ୍ରସ ରୋଡ଼ସ୍ଥ ସେସୁ କାର୍ଯ୍ୟାଳୟ ନିକଟରେ ବିପିନ ନାୟକଙ୍କର ମା’ ଦକ୍ଷିଣକାଳୀ ନାମକ ଭେରାଇଟି ଷ୍ଟୋର ରହିଛି। ଶନିବାର ସନ୍ଧ୍ୟା ପ୍ରାୟ ୬ଟାରେ ବିପିନ ଦୋକାନରେ ବସିଥିଲେ। ଏହି ସମୟରେ ୪ଜଣ ଯୁବକ ଖଣ୍ଡା ଧରି ଦୁଇଟି ବାଇକ୍‌ରେ ଆସିଥିଲେ। ସେମାନେ ହଠାତ୍‌ ତାଙ୍କ ଦୋକାନରେ ପଶି ତାଙ୍କୁ ବଟି ମାଗିଥିଲେ। ସେ ମନା କରିବାରୁ ସେମାନେ ଖଣ୍ଡାରେ ତାଙ୍କ ଦୋକାନର ଶୋ’ କେସ୍‌, କାଚଗ୍ଲାସ ଆଦି ଭାଙ୍ଗିଦେଇଥିଲେ। ଦାଦାବଟି ନ ଦେଲେ, ଏଠି ଦୋକାନ କରିପାରିବ ନାହିଁ ବୋଲି ଧମକଚମକ ଦେଇଥିଲେ। ଏହା ଦେଖି ପାଖ ଦୋକାନୀମାନେ ପ୍ରାଣ ବିକଳରେ ଦୌଡ଼ି ପଳାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବାରୁ ଦୁର୍ବୃତ୍ତମାନେ ଖଣ୍ଡା ଛାଡ଼ି ଫେରାର ହୋଇଯାଇଥିଲେ। ପୋଲିସ ୨ଟି ଖଣ୍ଡା ଜବତ କରି ତଦନ୍ତ ଚଳାଇଛି। ଏହାକୁ ନେଇ ରେଡକ୍ରସ ବଜାରରେ ଉତ୍ତେଜନା ପ୍ରକାଶ ପାଇଥିଲା। ବ୍ୟବସାୟୀମାନେ ଦୋକାନବଜାର ବନ୍ଦ କରିଦେଇଥିଲେ। ପରେ ବିପିନ ଥାନାରେ ଏତଲା ଦେଇଥିବା ବେଳେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଦାବିରେ ବ୍ୟବସାୟୀମାନେ ଥାନା ଘେରାଉ କରିଥିଲେ। ସେହିପରି ରାତି ପ୍ରାୟ ୯ଟା ୩୦ ମିନିଟ୍‌ରେ ସମ୍ପୃକ୍ତ ଦୁର୍ବୃତ୍ତମାନେ ସମୁଦ୍ରକୂଳ ଥାନା ଅଧୀନ ବାଲିଉପର ବସ୍ତିରେ ଗଜପତି ନଗରର ବ୍ୟବସାୟୀ ପୀତାମ୍ବର ମାଣିକ(୩୨)ଙ୍କ ଦୁଇହାତକୁ ହାଣିଦେଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏ ନେଇ ସମୁଦ୍ରକୂଳ ଥାନାରେ ଏକ ମାମଲା ରୁଜୁ ହୋଇଛି। ଉଭୟ ଥାନାର ପୋଲିସ ମିଳିତ ଭାବେ ଏହି ଦୁଇ ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri