ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା; ସରକାରଙ୍କ ଉଦ୍ୟମରେ ସହଯୋଗ କରିବାକୁ ପୁରୀବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ: ଜାଣନ୍ତୁ ସବିଶେଷ ତଥ୍ୟ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି। ସହରରେ ଭିତ୍ତିଭୂମି ବିକାଶ, ନୂତନ ବହୁ ଥାକିଆ ରାସ୍ତା, ସେତୁ, ପାର୍କିଂ ସୁବିଧା, ମୁଷା ନଦୀର ପୁନରୁଦ୍ଧାର, ସିକ୍ୟୁରିଟି ଜୋନ୍‌ରେ ଥିବା କ୍ଷତିଗ୍ରସ୍ତକୁ ଥଇଥାନ, ମଠ ଓ ତୀର୍ଥ ପୁଷ୍କରିଣୀଗୁଡ଼ିକର ପୁନରୁଦ୍ଧାର ଏଥିରେ ଗୁରୁତ୍ୱ ଦିଆଯାଇଛି। ଶୁକ୍ରବାର ଲୋକସେବା ଭବନଠାରେ ଆୟୋଜିକ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ଗଢ଼ି ତୋଳିବା ଲାଗି ସେଠାରେ ଭିତ୍ତିଭୂମିର ବିକାଶ ଅତି ଗୁରୁତ୍ୱପୂର୍ଣ୍ଣ। ଏଥିସହ ଶ୍ରୀମନ୍ଦିରର ନିରାପତ୍ତା ସହ କୌଣସି ପ୍ରକାର ସାଲିସ କରାଯିବନାହିଁ। ଏହାକୁ ମହାପ୍ରଭୁଙ୍କ ସେବା ଭାବେ ଗ୍ରହଣ କରି ସରକାରଙ୍କ ଉଦ୍ୟମରେ ସହଯୋଗ କରିବା ଲାଗି ପୁରୀବାସୀଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଆଇନମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ମହାନିର୍ଦ୍ଦେଶକ, ଆଇନ ସଚବ, ଶ୍ରୀଜଗନ୍ନାଥ ମନ୍ଦିର ପ୍ର୍ରଶାସକ, ପୁରୀ ଜିଲାପାଳ, କେନ୍ଦ୍ରାଞ୍ଚଳ ଡିଆଇଜ, ପୁରୀ ଏସ୍‌ପି ପ୍ରମୁଖ ଉପସ୍ଥିତ ଥିଲେ।

ଘୋଷଣା:-
-ପୁରୀ ବାଇପାସ ମାଳତୀପାଟପୁରରୁ ଜଗନ୍ନାଥ ବଲ୍ଲଭ ମଠକୁ ଆଧୁନିକ ଶ୍ରୀ ସେତୁ ଦ୍ୱାରା ସଂଯୋଗ କରାଯିବ। ଏଥିପାଇଁ ୧୯୦ କୋଟି ଖର୍ଚ୍ଚ ହେବ।

– ଜଗନ୍ନାଥ ବଲ୍ଲଭ ମଠରେ ବହୁତଳ ପାର୍କି ବ୍ୟବସ୍ଥା ସହ ଯାତ୍ରୀମାନଙ୍କୁ ବିଭିନ୍ନ ସୁବିଧା ଯୋଗାଇ ଦିଆଯିବ। ୧୦ହଜାର ଲୋକଙ୍କ ପାଇଁ ଧ୍ୟାନ କେନ୍ଦ୍ର ନିର୍ମାଣ ହେବ। ଏଥିସହ ସେଠାରେ ଯାତ୍ରୀଙ୍କ ସୁବିଧା ପାଇଁ ଦୋକାନ ବଜାରର ବ୍ୟବସ୍ଥା କରାଯିବ। ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା।

-ମୂଷା ନଦୀର ପୁନରୁଦ୍ଧାର କରାଯାଇ ଏହାକୁ ମଙ୍ଗଳା ନଦୀ ସହ ସଂଯୋଗ କରାଯିବ। ନଦୀ ପରିବେଶରେ ଉନ୍ନତି ଅଣାଯାଇ ସେଠାରେ ପର୍ଯ୍ୟଟନର ବିକାଶ କରାଯିବ। ଖର୍ଚ୍ଚ ହେବ ୮୫ କୋଟି ଟଙ୍କା।

– ଐତିହାସିକ ଅଠରନଳାର ସୌନ୍ଦର୍ଯ୍ୟକରଣ ଓ ଆଲୋକୀକରଣ କରାଯିବ। ଏଥିଲାଗି ଏଏସ୍‌ଆଇର ସହଯୋଗ ନିଆଯିବ। ଖର୍ଚ୍ଚ ହେବ ୫ କୋଟି ଟଙ୍କା।

-ପୁରୀଠାରେ ୨୮ ଏକର ଜମିରେ ଏକ ହ୍ରଦର ବିକାଶ କରାଯିବ। ଖର୍ଚ୍ଚ ହେବ ୩୫ କୋଟି ଟଙ୍କା।

– ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଆସୁଥିବା ମଠଗୁଡ଼ିକର ସ୍ଥାନାନ୍ତର କରାଯିବ। ମଠର କୀର୍ତ୍ତୀଗୁଡ଼ିକର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ପୁରୀରେ ଥିବା ମଠଗୁଡ଼ିକୁ ଅବଡ଼ା ଯୋଜନାରେ ସରକାର ସହଯୋଗ ଯୋଗାଇ ଦେବେ।

-ଶ୍ରୀମନ୍ଦିର ନିରାପତ୍ତା ଜୋନରେ ଆସୁଥିବା ଦୋକାନ ଓ ଘରଗୁଡ଼ିକୁ ସ୍ଥାନାନ୍ତର କରାଯିବ। ସରକାର ଦୋକାନ ପାଇଁ ଘର ଯୋଗାଇ ଦେବା ସହ ଥଇଥାନ ପ୍ୟାକେଜ୍‌ ମଧ୍ୟ କାର୍ଯ୍ୟକାରୀ କରିବେ।

-ପୁରୀରେ ଥିବା ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗା, ମାର୍କଣ୍ଡ, ନରେନ୍ଦ୍ର ଓ ଇନ୍ଦ୍ରଦ୍ୟୁମ୍ନ ଆଦିର ପୁନରୁଦ୍ଧାର କରାଯିବ। ଐତିହ୍ୟସ୍ଥଳର ସଂରକ୍ଷଣ କରାଯିବ। ଏସବୁ କାର୍ଯ୍ୟ ୨ ବର୍ଷ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ। ଏହାର ଦାୟିତ୍ୱ ନେବ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri