ପୁରୀରେ ଗଡ଼ିବନି ଘରୋଇ ଗାଡ଼ି: କଡ଼ାକଡ଼ି ହେବ ଯାଞ୍ଚ

ପୁରୀ ଅଫିସ,୨୦ା୪: କରୋନା ମୁକାବିଲା ନେଇ ଦେଶବ୍ୟାପୀ ଚାଲିଛି ଲକ୍‌ଡାଉନ। ଆସନ୍ତା ମେ ୩ ତାରିଖ ପର୍ଯ୍ୟନ୍ତ ଏହାର ଅବଧି ରହିଥିବାବେଳେ ସରକାର କେତେକ କ୍ଷେତ୍ରରେ ଏଥିରେ ସାମାନ୍ୟ କୋହଳ କରିଛନ୍ତି। କିନ୍ତୁ ଲକ୍‌ଡାଉନ ଶେଷ ନ ହେବା ପର୍ଯ୍ୟନ୍ତ ପୁରୀରେ କୌଣସି ଘରୋଇ ଗାଡ଼ିି ଗଡ଼ିବ ନାହିଁ ବୋଲି କହିଛନ୍ତି ଏସ୍‌ପି ଉମାଶଙ୍କର ଦାଶ। ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ପି କହିଛନ୍ତି, ଲକ୍‌ଡାଉନକୁ ନେଇ ସୋମବାରଠାରୁ ସରକାର ଏବଂ ଜିଲା ପ୍ରଶାସନ ପକ୍ଷରୁ ନୂଆ ନିୟମ କରାଯାଇଛି। କିନ୍ତୁ କୌଣସି ବ୍ୟକ୍ତିଗତ କାମ ହେଉ ଅବା ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ କେହି ଘରୋଇ ଗାଡ଼ିି ବ୍ୟବହାର କରିପାରିବେ ନାହିଁ। ଗତ ୨୫ଦିନ ଧରି ସହରବାସୀ ଯେଉଁଭଳି ଭାବେ ଲକ୍‌ଡାଉନକୁ ମାନିଛନ୍ତି ସେହିଭଳି ୩ ତାରିଖ ପର୍ଯ୍ୟନ୍ତ କଟକଣା ମାନିବାକୁ ଅନୁରୋଧ କରୁଛୁ। ପୋଲିସ ପକ୍ଷରୁ ଯାଞ୍ଚକୁ ଆହୁରି କଡ଼ାକଡ଼ି କରାଯିବ। କୌଣସି ବ୍ୟକ୍ତି ଯଦି ଘରୋଇ ଗାଡ଼ି ବାହାର କରନ୍ତି ତାଙ୍କ ଗାଡ଼ିି ଜବତ କରାଯିବ। ପୁରୀ ସହରରେ ଘରୋଇ ଗାଡ଼ି ଚଳାଚଳ ଉପରେ ପୂର୍ବପରି କଟକଣା ରହିଛି ବୋଲି ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri