ପୁରୀରେ ପତାକା ଉତ୍ତୋଳନ କଲେ ପଞ୍ଚାୟତିରାଜ ମନ୍ତ୍ରୀ

ପୁରୀ ଅଫିସ,୨୬।୧: ଜିଲା ପ୍ରଶାସନ ଆନୁକୂଲ୍ୟରେ ତାଲବଣିଆସ୍ଥିତ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ, ଗୃହ ନିିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ ସହ ସମବେତ ଜନତାଙ୍କୁ ସମ୍ବୋଧିତ କରିଥିଲେ। ଚଳିତ ବର୍ଷ ୬୨ଟି କଣ୍ଟିଜେନ୍ସି ଭାଗ ନେଇଥିଲେ। ସିନିୟର ଏନ୍‌ସିସିରେ ସୁରଜ ମଲ୍ଲ ସାହା କଲେଜ, ଜୁନିୟର ବାଳକ ବିଭାଗରେ ପୋଲିସ ଲାଇନ୍‌ ସ୍କୁଲ ଓ ବାଳିକା ବିଭାଗରେ କନ୍‌ଭେଣ୍ଟ ସ୍କୁଲ ପୁରସ୍କୃତ ହୋଇଥିଲେ। ଜିଲାପାଳ ବଲୱନ୍ତ ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ବିନୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‌ପି ପି.କେ.ସ୍ବାଇଁଙ୍କ ସମେତ ଜିଲାସ୍ତରୀୟ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ। ରିଜର୍ଭ ଇନ୍ସପେକ୍ଟର ଚନ୍ଦ୍ରଶେଖର ମିଶ୍ର ପରେଡ୍‌ ପରିଚାଳନା କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୁରୁବୀର ସିଂ, ଏଡ୍‌ପିଆରଓ ଜିତେନ୍ଦ୍ରିୟ ଜେନା, ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ପ୍ରମୁଖ ମଞ୍ଚ ପରିଚାଳନା କରିଥିଲେ। ଏହି ଅବସରରେ ଆଇନ ମନ୍ତ୍ରୀ ଜେନା ଉତ୍କଳ ବାଳାଶ୍ରମରେ ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ଓ ପୁରସ୍କାର ବିତରଣ କରିଥିଲେ। ଗୋପବନ୍ଧୁ ଆୟୁର୍ବେଦ କଲେଜରେ ଏକ ରକ୍ତଦାନ ଶିବିରର ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri