ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୧।୪: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ବୁଧବାର ପୁରୀରେ ଚତୁର୍ଥ ପର୍ଯ୍ୟାୟ ରଥକାଠ ପହଞ୍ଚିଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୮ ଖଣ୍ଡ ଫାଶୀକାଠ ଆସିଛି। ଏଥିରେ ତୁମ୍ବ ତିଆରି ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ତତ୍ତ୍ବାବଧାରକ ସୁଦର୍ଶନ ମେକାପ କହିଛନ୍ତି।
ରଥ ସଂହିତା ଅନୁଯାୟୀ, ତିନିରଥ ନିର୍ମାଣ ଲାଗି ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ। ଗତବର୍ଷ ଆସିଥିବା କାଠ ମଧ୍ୟରୁ ୧୯୩ ଖଣ୍ଡ ବଳକା ରହିଛି। ଏଥର ୬୭୨ ଖଣ୍ଡ କାଠ ଆସିବ। ଏଥିମଧ୍ୟରୁ ୨୬୬ ଖଣ୍ଡ କାଠ କଟକ ଖପୁରିଆସ୍ଥିତ ସ’ ମିଲ୍‌କୁ ଏବଂ ୪୦୬ ଖଣ୍ଡ କାଠ ରଥଖଳାକୁ ଆସିବ। ବର୍ତ୍ତମାନ ସୁଦ୍ଧା ୧୩୩ ଖଣ୍ଡ କାଠ ପହଞ୍ଚିଛି। ଗୁରୁବାର ରାମନବମୀରେ ମୁଖ୍ୟ ତତ୍ତ୍ବାବଧାରକ ମେକାପଙ୍କ ସମେତ ରଥ ଅମିନ ଲକ୍ଷ୍ମଣ ମହାପାତ୍ର ଓ ଜେଟିପି ରାମଚନ୍ଦ୍ର ମହାରଣା ଧୂପ, ଦୀପ, ମାଳ, ମାହାର୍ଦ୍ଦ ନଡ଼ିଆ ଆଦି ନେଇ କଟକ ଖପୁରିଆ ସ’ ମିଲକୁ ଯିବେ। ସେଠାରେ ପୂଜାର୍ଚ୍ଚନା ପରେ ରଥକାଠ ଚିରଟ ଅନୁକୂଳ ହେବ। ଏହାପରେ ଆସନ୍ତା ମାସ ୨୬ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri