ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୧।୪: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ବୁଧବାର ପୁରୀରେ ଚତୁର୍ଥ ପର୍ଯ୍ୟାୟ ରଥକାଠ ପହଞ୍ଚିଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୮ ଖଣ୍ଡ ଫାଶୀକାଠ ଆସିଛି। ଏଥିରେ ତୁମ୍ବ ତିଆରି ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ତତ୍ତ୍ବାବଧାରକ ସୁଦର୍ଶନ ମେକାପ କହିଛନ୍ତି।
ରଥ ସଂହିତା ଅନୁଯାୟୀ, ତିନିରଥ ନିର୍ମାଣ ଲାଗି ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ। ଗତବର୍ଷ ଆସିଥିବା କାଠ ମଧ୍ୟରୁ ୧୯୩ ଖଣ୍ଡ ବଳକା ରହିଛି। ଏଥର ୬୭୨ ଖଣ୍ଡ କାଠ ଆସିବ। ଏଥିମଧ୍ୟରୁ ୨୬୬ ଖଣ୍ଡ କାଠ କଟକ ଖପୁରିଆସ୍ଥିତ ସ’ ମିଲ୍‌କୁ ଏବଂ ୪୦୬ ଖଣ୍ଡ କାଠ ରଥଖଳାକୁ ଆସିବ। ବର୍ତ୍ତମାନ ସୁଦ୍ଧା ୧୩୩ ଖଣ୍ଡ କାଠ ପହଞ୍ଚିଛି। ଗୁରୁବାର ରାମନବମୀରେ ମୁଖ୍ୟ ତତ୍ତ୍ବାବଧାରକ ମେକାପଙ୍କ ସମେତ ରଥ ଅମିନ ଲକ୍ଷ୍ମଣ ମହାପାତ୍ର ଓ ଜେଟିପି ରାମଚନ୍ଦ୍ର ମହାରଣା ଧୂପ, ଦୀପ, ମାଳ, ମାହାର୍ଦ୍ଦ ନଡ଼ିଆ ଆଦି ନେଇ କଟକ ଖପୁରିଆ ସ’ ମିଲକୁ ଯିବେ। ସେଠାରେ ପୂଜାର୍ଚ୍ଚନା ପରେ ରଥକାଠ ଚିରଟ ଅନୁକୂଳ ହେବ। ଏହାପରେ ଆସନ୍ତା ମାସ ୨୬ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri