ପୁରୀରେ ପହଞ୍ଚିଲା ବଉଳକାଠ

ପୁରୀ ଅଫିସ/ସାକ୍ଷୀଗୋପାଳ, ୩ା୬(ଡି.ଏନ୍‌.ଏ): ଚଳିତବର୍ଷ ସ୍ନାନ ଓ ରଥଯାତ୍ରାରେ ଶ୍ରୀଜଗନ୍ନାଥ ଓ ବଡଠାକୁରଙ୍କ ପହଣ୍ଡି ବିଜେ ନିମନ୍ତେ ବାହୁଟ ସେବାଲାଗି ଆବଶ୍ୟକ ବଉଳ କାଠ ଶଗଡ଼ି ମଙ୍ଗଳବାର ଏକାଦଶୀ ତିଥିରେ ସାକ୍ଷୀଗୋପାଳରୁ ବାହାରି ଶ୍ରୀକ୍ଷେତ୍ରରେ ପହଞ୍ଚତ୍ଛି। ଶ୍ରୀମନ୍ଦିର ଭୋଇ ସେବକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ହାଟସାହି ନିବାସୀ ହୃଷୀକେଶ ମହାନ୍ତି ଓ ତାଙ୍କ ଭାଇ କାଳୀପ୍ରସନ୍ନ ମହାନ୍ତିଙ୍କ ବଗିଚାରେ ଚିହ୍ନଟ କରାଯାଇଥିବା ବଉଳକାଠ ପୂଜାର୍ଚ୍ଚନା ପରେ ବୃକ୍ଷ ଛେଦନ କରିଥିଲେ। ତିନିଖଣ୍ଡ କାଠ ଶ୍ରୀକ୍ଷେତ୍ରରୁ ଆସିଥିବା ବଳଦ ଶଗଡ଼ରେ ବକୁଳବନ ସିଦ୍ଧବକୁଳ ମନ୍ଦିରକୁ ଅଣାଯାଇଥିଲା। ଅପରାହ୍ନରେ ସତ୍ୟବାଦୀ ତହସିଲଦାର କସ୍ତୁରୀ ପ୍ରଧାନ ମୁଖ୍ୟଅତିଥି ଭାବେ ସବୁଜ ପତାକା ଦେଖାଇ ବଉଳକାଠ ଶଗଡିକୁ ଶ୍ରୀକ୍ଷେତ୍ର ଅଭିମୁଖେ ମେଲାଣି ଦେଇଥିଲେ। ସମ୍ମାନିତ ଅତିଥି ଭାବରେ ସତ୍ୟବାଦୀ ଏବିଡିଓ ସାରଦା ପ୍ରସନ୍ନ ମହାନ୍ତି, ଥାନା ଆଇଆଇସି ଦେବୀ ପ୍ରସାଦ ପାତ୍ର, ଜିଲା ପରିଷଦ ସଭ୍ୟ ପ୍ରହଲ୍ଲାଦ ଘଟୁଆରୀ, ମନ୍ଦିର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାସ ଚନ୍ଦ୍ର ମିଶ୍ର, ଶ୍ରୀମନ୍ଦିର ମୁଖ୍ୟ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ, ପ୍ରଶାନ୍ତ ବିଶ୍ୱାଳ, ସତ୍ୟବାଦୀ ଦାଶ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri